୨୫ ତାରିଖ ଯାଏଁ ରାଜ୍ୟର ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ତେଣୁ ଏଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ସୂଚନା ଜାରି କରାଯାଇଛି।

୨୨ରୁ ୨୩ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ନୂଆପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଟକ,ଖୋର୍ଦ୍ଧା, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି।

୨୩ ଓ ୨୪ ତାରିଖରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ମାଲାକାନଗିରି, କୋରାପୁଟ, ନବରଙ୍ଗପୁର ଓ କନ୍ଧମାଳ ସମେତ ରାୟଗଡ଼ା, ଗଜପତି, ନୂଆପଡ଼ା, କନ୍ଧମାଳ, ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର