ଆଜି ହାଲୁକା ବର୍ଷା ସମ୍ଭାବନା: ୩୦ରୁ ବଢ଼ିବ କୁହୁଡ଼ି, ଫେବ୍ରୁଆରି ୨ରେ ପୁଣି ବର୍ଷା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାରେ କୋହଲା ପାଗ ରହିବ। କାଁ ଭାଁ ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ବିଶେଷକରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଅନୁଗୁଳର କେତେକ ସ୍ଥାନରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ଏହାବ୍ୟତୀତ ଉତ୍ତର ଓଡ଼ିଶା ସମେତ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଖୋର୍ଧା, ସୋନପୁର ଓ ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ନ ହେଲେ ଅନ୍ୟ ସ୍ଥାନଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୩୦ ତାରିଖ ପୂର୍ବାହ୍ନ ସୁଦ୍ଧା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼ ଓ ଖୋର୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନ‌ରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ବି ଆଶଙ୍କା ରହିଛି। ତାହାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ୩୦ ଓ ୩୧ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କଟକ, ‌କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ଲାଗିରହିବ। ଏହାଦ୍ବାରା ଜନଜୀବନ ପ୍ରଭାବିତ ହେବାର ବି ଆଶଙ୍କା ରହିଛି। ଏହାପର ଦୁଇ ଦିନ ଶୁଖିଲା ପାଗ ରହିବ ଏବଂ ଫେବ୍ରୁଆରି ୨ ତାରିଖରେ ଉପକୂଳ ଓଡ଼ିଶା ସମେତ ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ‌କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ସମ୍ବନ୍ଧିତ ଖବର