ଭୁବନେଶ୍ୱରରେ ପହଞ୍ଚିଲେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ

ଭୁବନେଶ୍ୱର: ଭାରତରଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଞ୍ଚିଲେ। ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କୁ ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର୍‌ ଗଣେଶୀଲାଲ୍‌ ଏବଂ ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା ,ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ଓ ବରିଷ୍ଠ ପୋଲିସ ଅଧିକାରୀ ତାଙ୍କୁ ସ୍ୱାଗତ କରିଥିଲେ । ସେ ପୂର୍ବ ନିର୍ଦ୍ଧାରିତ ସମୟର ୧୦ ମିନିଟ୍‌ ପୂର୍ବରୁ ବିମାନବନ୍ଦରରେ ପହଞ୍ଚିଥିଲେ।

ରାଜ୍ୟପାଳଙ୍କ ସହ ରାଜଭବନରେ କିଛି ସମୟ ଆଲୋଚନାପରେ ସାଇ ଇଣ୍ଟରନେସନାଲ ସ୍କୁଲକୁ ଯିବେ। ଏହାର ଏକ କାର୍ଯ୍ୟକ୍ରମରେ ଯୋଗ ଦେବାପରେଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ପୁଣି ବିମାନଯୋଗେ ନୂଆଦିଲ୍ଲୀ ଫେରିବାର କାର୍ଯକ୍ରମ ରହିଛି।

ସାଇ ଇଣ୍ଟରନ୍ୟାସନାଲ ସ୍କୁଲର ୧୦ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜନ ହେଉଥିବା ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ସୋମବାର ଉପରାଷ୍ଟ୍ରପତି ଭେଙ୍କିୟା ନାଇଡ଼ୁ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହାସହ ଉପରାଷ୍ଟ୍ରପତି ଭାରତୀୟ ଯୁବଶକ୍ତି ଟ୍ରଷ୍ଟ  ପକ୍ଷରୁ ରେଳ ଭବନ ପ୍ରେକ୍ଷାଳୟରେ ଆୟୋଜନ ହେଉଥିବା ସମ୍ମିଳନୀରେ ମଧ୍ୟ ଯୋଗଦେବେ। ଉପରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ପୁଲିସ କମିସନର ସତ୍ୟଜିତ ମହାନ୍ତି କହିଛନ୍ତି ଯେ, ଉପରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ରାଜଧାନୀରେ ୨୫ପ୍ଲାଟୁନ୍ ଫୋର୍ସ ଏବଂ ୧୦୦ ପୁଲିସ ଅଧିକାରୀ ମୁତୟନ ହେବେ। ଉପରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। କିନ୍ତୁ କୌଣସି ଛକରେ ଲୋକ ୫ମିନିଟରୁ ଅଧିକ ସମୟ ଅଟକିବେନି।

ସମ୍ବନ୍ଧିତ ଖବର