ଭୁବନେଶ୍ୱର: ଆଜି ସକାଳେ ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ଆସି ପହଞ୍ଚିଛନ୍ତି ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ। ଭୁବନେଶ୍ୱର ଅଲ ଇଣ୍ଡିଆ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସର (ଏମ୍ସ) ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାକୁ ବାୟୁସନାର ଏକ ସ୍ୱତନ୍ତ୍ର ବିମାନ‘ରାଜ ହଂସ’ ଯୋଗେ ଉପରାଷ୍ଟ୍ରପତି ଶ୍ରୀ ନାଇଡୁ ଆସି ଭୁବନେଶ୍ୱରରେ ପହଞ୍ଚିିଛନ୍ତି।
ସୂଚନାଯୋଗ୍ୟ ଯେ ଏମ୍ସର ପ୍ରଥମ ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ ୧୦୬ ଜଣ ଛାତ୍ରଛାତ୍ରୀଙ୍କୁ ଡିଗ୍ରି ପଦାନ କରିବେ। ଏତଦ୍ବ୍ୟତୀତ ଏହି ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତି ଶ୍ରୀ ନାଇଡୁ ବିଭିନ୍ନ ପାଠ୍ୟକ୍ରମରେ ଉତ୍କର୍ଷ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ସ୍ୱର୍ଣ୍ଣପଦକ ଦେଇ ସମ୍ମାନିତ କରିବେ।
ସୂଚନାଯୋଗ୍ୟଯେ ଉପରାଷ୍ଟ୍ରପତି ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, ମେୟର ଅନନ୍ତ ନାରାୟଣ ଜେନା ପ୍ରମୁଖ ସ୍ୱାଗତ କରିଥିଲେ। ପରେ ସେଠାରୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଉପରାଷ୍ଟ୍ରପତି ଶ୍ରୀ ନାଇଡୁ ରାଜଭବନ ଅଭିମୁଖେ ଯାତ୍ରା କରିଛନ୍ତି।
ଭୁବନେଶ୍ୱରରେ ପହଞ୍ଚିିଲେ ଉପରାଷ୍ଟ୍ରପତି ଏମ ଭେଙ୍କେୟା ନାଇଡୁ
/sambad/media/post_attachments/wp-content/uploads/2018/08/venkaiah-naidu-.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)