୨୫ ଯାଏ ଶୁଖିଲା ପାଗ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ତେଣୁ ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ବଡ଼ ବର୍ଷାର ସମ୍ଭାବନା ନାହିଁ। ପାଗ ଶୁଖିଲା ରହିବ। କାଁ ଭାଁ ହାଲକା ବର୍ଷା ହୋଇପାରେ। ୨୫ ତାରିଖ ଅପରାହ୍ନ ବେଳକୁ ପାଗରେ ସାମାନ୍ୟ ପରିବର୍ତନ ଆସିବ। ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦେଶକ ଏଚ୍‌ଆର୍‌ ବିଶ୍ୱାସଙ୍କ କହିବାନୁଯାୟୀ ଲଘୁଚାପ ବିପଦ ଟଳିଛି। ଆଉ ବଡ଼ ବର୍ଷା ନାହିଁ। କେତେକ ସ୍ଥାନରେ ହାଲକା ବର୍ଷା ହୋଇପାରେ। ନ ହେଲେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଗତ ୩୦ ଘଣ୍ଟା ମଧ୍ୟରେ କନ୍ଧମାଳରେ ସର୍ବାଧିକ ୧୦୬ ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର