ପାଣିପାଗ ବିଭାଗର ପୂର୍ବାନୁମାନ: ରାଜ୍ୟର ୭ଟି ଜିଲ୍ଳାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ୭ ଟି ଜିଲ୍ଲାକୁ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆଜି ସନ୍ଧ୍ୟା ପ୍ରାୟ ୬ଟା ୩୦ ମିନିଟ୍‌୍‌ ମଧ୍ୟରେ ରାଜ୍ୟର ୭ ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ନୟାଗଡ଼, ଗଜପତି, ଗଞ୍ଜାମ, ଯାଜପୁର, ନୂଆପଡ଼ା, କଳାହାଣ୍ଡି ଓ ନବରଙ୍ଗପୁର। ଏହି ସବୁ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ସେହିପରି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମୁତାବକ ଓଡ଼ିଶାର କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇପାରେ। ତେଣୁ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି। ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।

ସମ୍ବନ୍ଧିତ ଖବର