ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାସ ଚୌହ୍ୱାନଙ୍କ ପରଲୋକ

ଭୁବନେଶ୍ବର : ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ସୁବାସ ଚୌହ୍ୱାନଙ୍କ ପରଲୋକ। ଲିଭର କ୍ୟାନସରରେ ପୀଡିତ ଶ୍ରୀ ଚୌହ୍ୱାନ ଗତ ୫ ଦିନ ତଳେ ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ। ତାଙ୍କର ସ୍ବାସ୍ଥ୍ୟବସ୍ଥା ଉଦବେଗଜନକ ଥିବାରୁ ବରିଷ୍ଠ ଡାକ୍ତରଙ୍କୁ ନେଇ ଗଠିତ ଏକ ଟିମ୍ ତାଙ୍କର ଚିକିତ୍ସା ଜାରି ରଖିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ପ୍ରାୟ ୩ଟା ୫ରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି।

ଗତ ବର୍ଷ ସେପଟେମ୍ବର ମାସରେ ସୁବାସ ଚୌହ୍ଵାନ ପଶ୍ଚିମ ଓଡ଼ିଶାର ବିକାଶ ପରିଷଦର ଅଧ୍ୟକ୍ଷ ରୂପେ ନିଯୁକ୍ତି ପାଇଥିଲେ। ଶ୍ରୀ ଚୌହ୍ଵାନ ଗତ ସାଧାରଣ ନିର୍ବାଚନର ଅବ୍ୟବହିତ ପୂର୍ବରୁ ବିଜେପି ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ। ୨୦୧୪ ନିର୍ବାଚନରେ ସେ ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀରୁ ବିଜେପିର ସାଂସଦ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିଥିଲେ। କିନ୍ତୁ ଚଳିତ ଥର ଦଳୀୟ ଟିକେଟ୍‌ରୁ ବଞ୍ଚିତ ହେବା ପରେ ସେ ବିଜେପି ଛାଡ଼ିଥିଲେ।

ସମ୍ବନ୍ଧିତ ଖବର