ରାଜ୍ୟରେ ତିନିଦିନ ବଜ୍ରପାତ ଆଶଙ୍କା, ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାକୁ ବଜ୍ରପାତ ଆଶଙ୍କା ରହିଥିବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ଯାଜପୁର, ଭଦ୍ରକ ଓ ଝାରସୁଗୁଡା ଆଦି ରହିଛି। ଏହି ଜିଲ୍ଲାର ବାସିନ୍ଦାଙ୍କୁ ବଜ୍ରପାତ ସମୟରେ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚାଇ ଦିଆଯାଇଛି।

୨୦ରୁ ୨୧ ତାରିଖ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, କଟକ, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଆଦି ଜିଲ୍ଲାକୁ ବଜ୍ରପାତ ଆଶଙ୍କା ରହିଥିବା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨୧ରୁ ୨୨ ତାରିଖ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ଢ଼େଙ୍କାନାଳ, କଟକ, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୨ରୁ ୨୩ ତାରିଖ ମଧ୍ୟରେ ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର