ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଜ୍ରପାତ ଆଶଙ୍କା ଥିବା ନେଇ ୯ଟି ଜିଲ୍ଲାକୁ ରବିବାର ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ରାୟଗଡ଼ା, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ଯାଜପୁର ଓ ମୟୁରଭଞ୍ଜ ଆଦି ଜିଲ୍ଲା ରହିଛି।
/sambad/media/post_attachments/wp-content/uploads/2019/09/red-lightning-300x200.jpg)
ସେହିପରି ୧୬ରୁ ୧୭ ତାରିଖ ମଧ୍ୟରେ ବଜ୍ରପାତ ଆଶଙ୍କା ନେଇ କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼ ଓ ଖୋର୍ଦ୍ଧା ଆଦି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
କେବଳ ଏତିକି ନୁହେଁ ୧୭ରୁ ୧୮ ତାରିଖ ମଧ୍ୟରେ ବଜ୍ରପାତ ଆଶଙ୍କା ନେଇ ଗଜପତି, ରାୟଗଡ଼ା, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ମୟୁରଭଞ୍ଜ ଓ ବାଲେଶ୍ୱରକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ପାଇଁ କୋରାପୁଟ ଓ ରାୟଗଡ଼ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
/sambad/media/post_attachments/wp-content/uploads/2019/09/IMD-issues-‘yellow-warning’-for-five-districts-1-300x184.jpg)
୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ପାଇଁ କୋରାପୁଟ, ରାୟଗଡ଼ା, ଗଜପତି, ମାଲକାନଗିରି ଆଦି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/09/1_dv4Flc6BY11_JEr6nOHdwQ.jpeg)