୪ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା, ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ୭ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ମାଲକାନଗିରି ଆଦି ରହିଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କଟକ, କେନ୍ଦୁଝର, ମୟୁରଭଞ୍ଜ, ଯାଜପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ଗଞ୍ଜାମ ଆଦି ଜିଲ୍ଲାକୁ ବଜ୍ରପାତ ପାଇଁ ସତର୍କ ସୂଚନା ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି।

୧୧ରୁ ୧୨ ତାରିଖ ମଧ୍ୟରେ ହେବାକୁ ଥିବା ପ୍ରବଳ ବର୍ଷା ପାଇଁ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଢ଼େଙ୍କାନାଳ, ଅନୁଗୁଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ କନ୍ଧମାଳ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ପାଇଁ ୧୨ରୁ ୧୩ ତାରିଖ ପର୍ଯ୍ୟନ୍ତ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାକୁ ଓ ୧୩ରୁ ୧୪ ତାରିଖ ମଧ୍ୟରେ ମାଲକାନଗିରି, ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର