ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାର ମହେନ୍ଦ୍ରଗିରିରେ ପସିଥିବା ୩୦ ଜଣ ପର୍ଯ୍ୟଟକଙ୍କୁ ବନ ବିଭାଗର କର୍ମଚାରୀମାନେ ସୁରକ୍ଷିତ ଉଦ୍ଧାର କରିଛନ୍ତି। ସ୍ଥାନୀୟ ବ୍ଳକ ଉନ୍ନୟନ ଅଧିକାରୀ ଓ ପୁଲିସ ସହାୟତାରେ ୩୦ ପର୍ଯ୍ୟଟକ ସୁରକ୍ଷିତ ଉଦ୍ଧାର ହୋଇଥିବା ନେଇ  ବନ ବିଭାଗ ସୂଚନା ଦେଇଛି। 

Advertisment

New Project

ଦଶହରା ଛୁଟି ଥିବାରୁ ପର୍ଯ୍ୟଟକମାନେ ଗଜପତି ଜିଲ୍ଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳ ମହେନ୍ଦ୍ରଗିରିକୁ ବୁଲି ଯାଇଥିଲେ। ତେବେ ଲଘୁଚାପଜନିତ ବର୍ଷା ଯୋଗୁଁ ୧୫ ଜଣ ପର୍ଯ୍ୟଟକ ଫସିଯାଇଥିଲେ। ଭୂସ୍ଖଳନ ଓ ପାଣି ସୁଅ ଯୋଗୁଁ ଫସିଥିଲେ। ସମସ୍ତ ପର୍ଯ୍ୟଟକ କଟକ-ଭୁବନେଶ୍ବର ଅଞ୍ଚଳର ହୋଇଥିବା ସୂଚନା ରହିଛି। ଉଦ୍ଧାର ପରେ ପର୍ଯ୍ୟଟକମାନଙ୍କୁ ସୁରକ୍ଷିତ ସ୍ଥାନରେ ରଖାଯାଇଛି। 

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାଗୁଡ଼ିକରେ ଲଗାଣ ବର୍ଷା ଲାଗିରହିଛି। ଏହି ବର୍ଷାରେ ଗଜପତି ଜିଲ୍ଲାରେ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ହୋଇ ଅନେକ ଅଞ୍ଚଳ ଜଳ ମଗ୍ନ ହେବାର ଆଶଙ୍କା ଦେଖା ଦେଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଜପତି ଜିଲ୍ଲା ପରିସ୍ଥିତି ଉପରେ  ନଜର ରଖିବା ସହିତ ସ୍ଥିତି ପରଖିବା ଓ ସହାୟତା କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଜେନା ଙ୍କୁ ମୁଖ୍ୟମନ୍ତ୍ରୀ ଗଜପତି ଜିଲ୍ଲାକୁ ପଠାଇଛନ୍ତି।

ଆଜି ମୁଖ୍ୟମନ୍ତ୍ରୀ ଗଜପତି ଜିଲ୍ଲାପାଳଙ୍କ ସହିତ କଥା ହୋଇ ପରିସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି। ସ୍ବତନ୍ତ୍ର ରିଲିଫ୍ କମିସନରଙ୍କୁ ତୁରନ୍ତ ଆବଶ୍ୟକ ସହାୟତା ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ଜିଲ୍ଲାର ଅନେକ ସ୍ଥାନରେ ପାହାଡରୁ ମାଟି ଖସି ଯାତାୟତ ବାଧାପ୍ରାପ୍ତ ହୋଇଛି।

Gajapati 

ରିପୋର୍ଟ: ସୁଜିତ ବିଷୋୟୀ