ସରକାରୀ କର୍ମଚାରୀଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବଢ଼ିଲା
ଦାୟିତ୍ବ ନିର୍ବାହ ସମୟରେ ମୃତ୍ୟୁ ହେଲେ ୧୦ଲକ୍ଷ ମିଳିବ, ସ୍ଥାୟୀ ଅକ୍ଷମତା ପାଇଁ ୫ଲକ୍ଷ, ଆଂଶିକ ଅକ୍ଷମତା ପାଇଁ ୨ଲକ୍ଷ ଟଙ୍କା
ଭୁବନେଶ୍ବର : ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ୪ଲକ୍ଷରୁ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ କର୍ମଚାରୀମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ତାଙ୍କ ପରିବାରକୁ ୧୦ଲକ୍ଷ ଟଙ୍କାର ସହାୟତା ମିଳିବ। ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶି ପରିମାଣ ୧ ଲକ୍ଷରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି।