ରେଢ଼ାଖୋଲ/ କିଶୋରନଗର: ଅନୁଗୁଳ ଜିଲ୍ଲା କିଶୋରନଗର ବରଗାପାଲିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଟ୍ରକ୍ ଧକ୍କାରେ ବସ୍ ଚାଳକଙ୍କ ସମେତ ୩ଜଣଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ପ୍ରାଚୀ ନାମକ ଏକ ଘରୋଇ ବସ୍ ଝାରସୁଗୁଡ଼ାରୁ ଯାତ୍ରୀମାନଙ୍କୁ ନେଇ ଭୁବନେଶ୍ୱର ଆସୁଥିଲା। ରେଢ଼ାଖୋଲ ଓ କିଶୋର ନଗର ମଝିରେ ଥିବା ବରଗାପାଲିରେ ନିକଟରେ ବସର ଚକା ପଙ୍କଚର ହୋଇଯାଇଥିଲା। ଏହାପରେ ଯାତ୍ରୀମାନେ ବସରୁ ଓହ୍ଲାଇ ପଡ଼ିଥିଲେ। ତେଣେ ଗାଡ଼ିର ମରାମତି କାମ ଚାଲିଥିଲା।
![Sambad Whatsapp](https://cdn-icons-png.flaticon.com/512/2504/2504957.png)
Sambad is now on WhatsApp
Join and get latest news updates delivered to you via WhatsApp
ଏହି ସମୟରେ କିଛି ଯାତ୍ରୀ ଶୌଚ ହେବା ପାଇଁ ରାସ୍ତାପାର ହୋଇ ଯାଉଥିବା ବେଳେ ଏକ ଟ୍ରକ୍ ଦ୍ରୁତ ଗତିରେ ଆସି କେତେକ ଯାତ୍ରୀଙ୍କୁ ଧକ୍କା ଦେଇଥିଲା। ଏହାଫଳରେ ଘଟଣାସ୍ଥଳରେ ହିଁ ୩ ଜଣ ଯାତ୍ରୀଙ୍କର ପ୍ରାଣହାନି ଘଟିଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ୩ ମୃତକ ହେଲେ ଘନଶ୍ୟାମ ବାରିକ (ବ୍ରଜରାଜନଗର), ଆନନ୍ଦ ପ୍ରଧାନ (ସୁନ୍ଦରଗଡ଼) ଏବଂ ନୟନ କୁମାର ନାଏକ (ଲାଇକେରା, ଝାରସୁଗୁଡ଼ା)। ଦୁଇ ମୃତକଙ୍କ ଶବ ରେଢ଼ାଖୋଲ ଡାକ୍ତରଖାନାରେ ଥିବା ବେଳେ କିଶୋରନଗରରେ ଜଣେ ମୃତକ ମୃତଦେହ ଥିବା ଜଣାଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।
ଏଣେ ଟ୍ରକଟି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା। ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଜଣଙ୍କ ଅବସ୍ଥା ଗୁରୁତର ରହିଥିବା କୁହାଯାଉଛି।