ଜନତାଙ୍କ ସରକାର ଆଗାମୀ ବଜେଟ୍ ପାଇଁ ଆପଣମାନଙ୍କ ଠାରୁ ମତାମତ ସଂଗ୍ରହ କରିବ: ମୁଖ୍ୟମନ୍ତ୍ରୀ
ଓଡ଼ିଶାର ୩୧.୬୨ ଲକ୍ଷ ଚାଷୀ ପାଇଲେ ୬୩୨.୪୮ କୋଟି ଟଙ୍କା
Sambad is now on WhatsApp
Join and get latest news updates delivered to you via WhatsApp
ବରଗଡରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ହଜାର ହଜାର ଲୋକଙ୍କ ଗହଣରେ ଏକ ‘ରୋଡ ସୋ’ରେ ଯାଇକାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିଥିଲେ। ରାସ୍ତାରେ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସାରା ରାସ୍ତାରେ ଲୋକଙ୍କୁ ହାତ ହଲାଇ ଶୁଭେଚ୍ଛା ଜଣାଇଥିଲେ। ବିପୁଳ ଉତ୍ସାହରେ ଲୋକମାନେ ମୁଖ୍ୟମନ୍ତ୍ରୀଙ୍କ ଫଟୋ ଥିବା ପ୍ଲାକାର୍ଡ ଧରି ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଥିଲେ। ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ଦେଖିବାକୁ ମିଳିଥିଲା। ଲୋକଙ୍କ ଏହି ଅଭୁତପୂର୍ବ ଉତ୍ସାହ ଓ ସମ୍ବର୍ଦ୍ଧନା ଯୋଗୁ ମୁଖ୍ୟମନ୍ତ୍ରୀ ବରଗଡବାସୀଙ୍କୁ ଧନ୍ୟବାଦ ଦେଇଥିଲେ ଏବଂ ଖୁବଶୀଘ୍ର ପୁଣି ଥରେ ଆସିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ।