ପାଇଖାନା ଟାଙ୍କିରେ ପଡ଼ି ୫ ଜଣଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାୟଗଡ଼ା ଜିଲ୍ଲାର ବିଷମକଟକ ଠାରେ ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଡ଼ିଯିବାରୁ ଶ୍ୱାସରୁଦ୍ଧ ହୋଇ ୫ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ସେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି।
Sambad is now on WhatsApp
Join and get latest news updates delivered to you via WhatsApp
ସୂଚନାଯୋଗ୍ୟ, ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ରବିବାର ୫ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ ଜଣେ ଗୁରୁତର ଥିବା ଜଣାପଡିଛି । ଦୁର୍ଗୀ ଗାଁରେ ଏକ ନବନିର୍ମିତ ପାଇଖାନା ଟାଙ୍କିକୁ ଜଣେ ମହିଳା ଶ୍ରମିକ ଯାଇଥିଲେ। ସେ ବାହାରି ନପାରିବାରୁ ତାଙ୍କୁ ଉଦ୍ଧାର କରିବାକୁ ଆଉ ଜଣେ ଶ୍ରମିକ ବୈରାଗି ଉଲାକା ପାଇଖାନା ଟାଙ୍କି ଭିତରକୁ ଯାଇଥିଲେ । ଉଭୟ ନ ବାହାରି ପାରିବା ଯୋଗୁଁ ପୁଣି ଥରେ ଜଣେ ମିସ୍ତ୍ରୀ ତାଙ୍କୁ ଉଦ୍ଧାର କରିବାକୁ ଯାଇ ନଫେରିବାରୁ ଆଉ ୩ଜଣ ଯୁବକ ଟାଙ୍କି ଭିତରକୁ ଯାଇଥିଲେ । ସେଠାରେ ଶ୍ୱାସରୁଦ୍ଧ ହୋଇ ୫ଜଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ଜଣଙ୍କୁ ଗୁରୁତର ଅବସ୍ଥାରେ ଚକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଘଟଣା ପରେ ସ୍ଥାନୀୟ ଅଂଚଳରେ ଚାଞ୍ଚଲ୍ୟ ଖେଲିଯାଇଛି ।