‘ଫନି’ ମୁକାବିଲା ରଚିବ ଏକ ନୂଆ ଇତିହାସ ! ୮ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବା ହେବ ରାଜ୍ୟରେ ପ୍ରଥମ ଘଟଣା
ଭୁବନେଶ୍ବର : ରାଜ୍ୟ ସରକାରଙ୍କ ଫନି ମୁକାବିଲା ରଚିବ ଏକ ନୂଆ ଇତିହାସ। ଫନି ଉପକୂଳରେ ପହଞ୍ଚିବା ପୂର୍ବରୁ ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ୮ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ହେବ ଓଡିଶାର ସବୁଠୁ ବଡ ସ୍ଥାନାନ୍ତରଣ। ମହିଳା ,ଶିଶୁ ଓ ଦିବ୍ୟାଙ୍ଗଙ୍କୁ ପ୍ରଥମେ ସ୍ଥାନାନ୍ତର କରାଯିବ ଓ ଏହାପରେ ଅନ୍ୟମାନଙ୍କୁ ସୁରକ୍ଷିତ ସ୍ଥାନକୁ ଅଣାଯିବ। ଅତୀତରେ ଓଡ଼ିଶାରେ ଏତେ ସଂଖ୍ୟକ ଲୋକଙ୍କୁ ସ୍ଥାନାନ୍ତର କରାଯାଇ ନାହିଁ। ଏହାଛଡା ଆସନ୍ତାକାଲି ଠାରୁ ଆଶ୍ରୟସ୍ଥଳୀରେ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି।
Sambad is now on WhatsApp
Join and get latest news updates delivered to you via WhatsApp
ଆସନ୍ତା ୩ ତାରିଖରେ ପୁରୀ ଉପକୂଳ ଛୁଇଁବ ଅତିି ଭୟଙ୍କର ରୂପ ଧାରଣ କରିଥିବା ବାତ୍ୟା ଫୋନି । ବାତ୍ୟା ଫୋନି ଓଡିଶା ଉପକୂଳ ଆଡକୁ ଯେତିକି ମାଡି ଆସୁଛି ଜନସାଧାରଣଙ୍କ ମନରେ ଭୟ ସେତିକି ବଢିବାରେ ଲାଗିଛି । ଆଉ ଏସବୁ ଭିତରେ ଫୋନିର ମୁକାବିଲା କରିବା ପାଇଁ ସଚିବାଳୟରେ ସମୀକ୍ଷା ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟ ଶାସନ ସଚିବ ଓ ବିଭାଗୀୟ ସଚିବଙ୍କ ସହ ଆଲୋଚନା ପରେ ନବୀନ ଫୋନି ମୁକାବିଲା ନେଇ ଗଣମାଧ୍ୟମରେ ବଡ ବୟାନ ଦେଇଛନ୍ତି ।
ସମୀକ୍ଷା ବୈଠକ ପରେ ନବୀନ କହିଛନ୍ତି, ବାତ୍ୟା ଫୋନିର ମୁକାବିଲା ପାଇଁ ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ । ସମସ୍ତଙ୍କ ଜୀବନ ଅମୂଲ୍ୟ, ତେଣୁ ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ୧୦୦ ପ୍ରତିଶତ ସ୍ଥାନାନ୍ତର ଉପରେ ଫୋକସ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାବାଦ୍ ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ବିଦ୍ୟୁତ୍ ସେବା, ପାନୀୟ ଜଳ ସେବା ଓ ଯୋଗାଯୋଗ ଉପରେ ଗୁରୁତ୍ୱ ଦେବାକୁ ବିଭାଗୀୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।