ଭୁବନେଶ୍ୱର : ଅତି ଭୀଷଣ ସାମୁଦ୍ରିକ ବାତ୍ୟା ଫନି ଆଜି ଦିନ ୧୦ ଘଣ୍ଟା ସମୟରେ ପୁରୀ ନିକଟରେ ସ୍ଥଳଭାଗ ଛୁଇଁଛି ବା ଲାଣ୍ଡଫଲ କରିଛି । ଆଜି ସକାଲ ୮ଟା ସମୟରେ ଫନିର ଲାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଥିଲା । ଦିନ ପ୍ରାୟ ୧୦ଟା ସମୟରେ ଫନିର ଆଖି ସ୍ଥଳଭାଗ ଛୁଇଁଥିଲା । ଏହାଫଳରେ ଏବେ ଫନିର ଅଧିକାଂଶ ଅଂଶ ସ୍ଥଳଭାଗ ଭିତରେ ରହିଛି ।
Sambad is now on WhatsApp
Join and get latest news updates delivered to you via WhatsApp
ଏହାର ପ୍ରଭାବରେ ପୁରୀ ସମେତ ଖୋର୍ଦ୍ଧା,ଜଗତସିପୁର, କେନ୍ଦ୍ରାପଡା ଆଦି ଜିଲ୍ଲାରେ ପବନ ଓ ବର୍ଷାର ତାଣ୍ଡବ ଦେଖାଦେଇଛି । ପୁରୀରେ ପବନର ବେଗ ଘଣ୍ଟାପ୍ରତି ୨୦୦ କିମି ଛୁଇଁଛି । ସ୍ଥଳାଭାଗ ଛୁଇଁଥିବାରୁ ଆସନ୍ତା କିଛି ଘଣ୍ଟାପରେ ଏହାର ଶକ୍ତି ହ୍ରାସ ପାଇବା ଆରମ୍ଭ କରିବ । ଧୀରେ ଧୀରେ ଏହା ଉତ୍ତପୂର୍ବ ଦିଗରେ ଗତି କରି ପଶ୍ଚିମବଙ୍ଗ ଓ ଆସନ୍ତା କାଲି ସଂଧ୍ୟା ସୁଦ୍ଧା ବାଂଲାଦେଶ ଛୁଇଁବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି ।