କେନ୍ଦ୍ର ମାନବସମ୍ବଳ ବିକାଶ ମନ୍ତ୍ରୀ ଡକ୍ଟର ରମେଶ ପୋଖରିୟାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ରୀୟ ଶିକ୍ଷା ପରାମର୍ଶ ପରିଷଦ ବୈଠକରେ ଯୋଗ ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : କେନ୍ଦ୍ର ମାନବସମ୍ବଳ ବିକାଶ ମନ୍ତ୍ରୀ ଡକ୍ଟର ରମେଶ ପୋଖରିୟାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ରୀୟ ଶିକ୍ଷା ପରାମର୍ଶ ପରିଷଦ ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ଯୋଗଦେଇଛନ୍ତି। ମନ୍ତ୍ରୀ ଶ୍ରୀ ଦାଶ ଦିଲ୍ଲୀ ଗସ୍ତରେ ଯାଇ ଆଜି ସେଠାରେ ଅନୁଷ୍ଠିତ ହେଉଥିବା ଏହି ବୈଠକରେ ଯୋଗଦାନ କରିଥିଲ। ରାଜ୍ୟର ବିଦ୍ୟାଳୟମାନଙ୍କରେ ଛାତ୍ରଛାତ୍ରୀମାନଙ୍କୁ ଜଳଖିଆ ପ୍ରଦାନ ଉପରେ ଆର୍ଥିକ ଭାର କେନ୍ଦ୍ର ସରକାର ବହନ କରିବା, ଅଙ୍ଗନବାଡ଼ି ବା ପ୍ରାକ୍-ବିଦ୍ୟାଳୟ ଓ ପ୍ରାଥମିକ ବିଦ୍ୟାଳୟଗୁଡ଼ିକୁ ମିଶାଇବା ପାଇଁ କେନ୍ଦ୍ର ସରକାର ଯେଉଁ ପ୍ରସ୍ତାବ ରଖିଛନ୍ତି, ସେହି ଭିତ୍ତିଭୂମି ବାବଦୀୟ ଖର୍ଚ୍ଚ ଏବଂ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସ୍କ୍ରିନିଂ କମିଟି ଦ୍ୱାରା କରିବା ଇତ୍ୟାଦି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଏକ ପ୍ରସ୍ତାବ କେନ୍ଦ୍ର ମାନବସମ୍ବଳ ବିକାଶ ମନ୍ତ୍ରୀ ଡକ୍ଟର ପୋଖରିୟାଲଙ୍କ ନିକଟରେ ଉପସ୍ଥାପନ କରିଛନ୍ତି। ଉକ୍ତ ବୈଠକରେ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ଦକ୍ଷତା ବିକାଶ ଓ ବୈଷୟିକ ମନ୍ତ୍ରୀ ଶ୍ରୀ ପ୍ରେମାନନ୍ଦ ନାୟକ ପ୍ରମୁଖ ଉପସ୍ଥିତ ଥିଲ।

ସମ୍ବନ୍ଧିତ ଖବର