୫୮୭ ଥାନା ପାଇଁ ବାର୍ଷିକ ୧୭.୫ କୋଟି ଟଙ୍କାର ଅତିରିକ୍ତ କଣ୍ଟିଜେନସି ପାଣ୍ଠି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ‘ମୋ ସରକାର’ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ଥାନାଗୁଡିକରେ ଜନସାଧାରଣ କିପରି ସେବା ପାଉଛନ୍ତି ସେ ସଂପର୍କରେ ନିୟମିତ ମତାମତ ନେଉଛନ୍ତି । ଥାନାଗୁଡ଼ିକ ଯେପରି ଅଧିକ ଦକ୍ଷତାର ସହ ଜନସାଧାରଣଙ୍କୁ ଉନ୍ନତ ସେବା ଯୋଗାଇ ଦେଇପାରିବେ ତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ  ରାଜ୍ୟର ସମସ୍ତ ୫୮୭ଟି ଥାନା ପାଇଁ ବାର୍ଷିକ ୧୭.୫ କୋଟି ଟଙ୍କାର ଅତିରିକ୍ତ ପାଣ୍ଡି ମଞ୍ଜୁର କରିଛନ୍ତି ।

ତଦନୁଯାୟୀ ଭୁବନେଶ୍ୱର-କଟକ ପୁଲିସ କମିଶନରେଟ ଅଧିନରେ ଥିବା ସମସ୍ତ ୪୪ଟି ଥାନା ପାଇଁ ମାସିକ ୪୦ ହଜାର ଟଙ୍କା ଲେଖାଏଁ  ଓ ୧୪୨ଟି ସହାରଞ୍ଚଳ ଥାନା ପାଇଁ ମାସିକ ୩୦ ହଜାର ଟଙ୍କା ଲେଖାଏଁ  ଏବଂ ୩୫୧ଟି ଗ୍ରାମାଞ୍ଚଳ ଥାନା ପାଇଁ ମାସିକ ୨୦ ହଜାର ଟଙ୍କା ଲେଖାଏ ମଞ୍ଜୁର କରାଯାଇଛି ।

ସେହିପରି ୪ଟି ମହିଳା ଥାନା, ୫ଟି ଟ୍ରାଫିକ ଥାନା,୧୫ଟି ରେଳବାଇ ଥାନା,୪ଟି ସାଇବର ଥାନା, ଅର୍ଥନୈତିକ ଅପରାଧ ଥାନା, ଏସଟିଏଫ୍ ଥାନା, ଏଚଆରପିସି ଥାନା, କ୍ରାଇମବ୍ରାଞ୍ଚ ଥାନା ନିମନ୍ତେ ମାସିକ ୩୦ ହଜାର ଟଙ୍କା ଲେଖାଏ ମଞ୍ଜୁର କରାଯାଇଥିବା ବେଳେ ରାଜ୍ୟର ଉପକୂଳରେ ଥିବା ୧୮ଟି ସାମୁଦ୍ରିକ ଥାନା ପାଇଁ ମାସିକ ୨୦ ହଜାର ଟଙ୍କା ଲେଖାଏଁ ମଞ୍ଜୁର କରାଯାଇଛି ।

ସମ୍ବନ୍ଧିତ ଖବର