ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୯୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
ଆଜି ୧୮ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। କେନ୍ଦ୍ରାପଡ଼ା ଓ ଗଜପତି ଜିଲ୍ଲାରୁ ସର୍ବାଧିକ ୧୦ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳ ଗଞ୍ଜାମ, ଯାଜପୁର, କଟକ, ଜଗତସିଂହପୁରରୁ ୬ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଭଦ୍ରକ , ବଲାଙ୍ଗୀର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୭ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଓ ଦେବଗଡ଼ରୁ ୪ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କଳାହାଣ୍ଡି ଜିଲ୍ଲାରୁ ୫ ଓ ନୂଆପଡ଼ା ଜିଲ୍ଲାରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।
ଅପରପକ୍ଷରେ ଢେଙ୍କାନଳରୁ ୨ଜଣ, ନୟାଗଡ଼, ପୁରୀ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୮୩୩ରେ ପହଞ୍ଚିଛି। ତେବେ ୯୭୭ଜଣ ସୁସ୍ଥ ହୋଇ ଘରକୁ ପେରିଛନ୍ତି। ଅପରପକ୍ଷରେ ୭ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି । ଅନ୍ୟ ରୋଗରେ ପୀଡ଼ିତ ଥିବା ୨ଜଣଙ୍କର ମୃତ୍ଞୁ ଘଟିଥିବା ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।