ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ସଂକ୍ରମଣ ଆଶଙ୍କା : ସତର୍କ କରାଇଲେ ସରକାର

ଭୁବନେଶ୍ବର:  ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ଆଶଙ୍କା । ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ ପରେ ସର୍ତକ କରାଇଲେ ସରକାର । ଡିସେମ୍ବର ଦ୍ୱିତୀୟ ସପ୍ତାହ ପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ରହିଛି । ଖାସକରି ଡିସେମ୍ବର ୧୫ରୁ ଜାନୁଆରି ୧୫ ମଧ୍ୟରେ ଏହି ଆଶଙ୍କା ରହିଥିବା ସୂଚନା ମିଳିଛି  । ୟୁରୋପରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ଆକଳନ କରାଯାଇଛି । ଏଭଳି ସ୍ଥିତିରେ ସର୍ତକ ରହିବାକୁ କୁହାଯାଇଛି ।

ସମୀକ୍ଷା ବୈଠକରେ ଲକଡାଉନକୁ ଏଡାଇ ସତର୍କତାମୂଳକ ପଦକ୍ଷେପ ଉପରେ ଆଲୋଚନା ହୋଇଥିବା ବେଳେ ମାସ୍କ, ସାମାଜିକ ଦୂରତା ଓ ହାତ ଧୋଇବା ଉପରେ ଗୁରୁତ୍ୱ ଦିଆଯାଇଛି। ଏହାସହ ଦୀପାବଳିରେ ସଂଯମତା ରକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଓଡ଼ିଶାରେ କରୋନା ସୁସ୍ଥ ହାର ଅଧିକ ରହିଥିବା ବେଳେ ମୃତ୍ୟୁହାର ୧ ପ୍ରତିଶତରୁ କମ ରହିଛି । ତେଣୁ ଏଭଳି ସ୍ଥିତିରେ ସର୍ତକ ରହିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଗତ ପୂଜା ସମୟରେ କୋଭିଡ ନିୟମ ମାନି ଜନସାଧାରଣ ଶୃଙ୍ଖଳା ଓ  ସଂଯମତାର ସହିତ ପର୍ବ ପାଳନ କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଆଗକୁ ଦୀପାବଳି ଆସୁଥିବାରୁ ସେହିଭଳି ଶୃଙ୍ଖଳା ଓ ସଂଯମତା ରକ୍ଷା କରି ପର୍ବ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ । ଦୀପାବଳି କଟକଣା ତଦାରଖ କରିବା ପାଇଁ ପର୍ଯ୍ୟବେକ୍ଷକ ମାନଙ୍କୁ ଜିଲ୍ଲାଗସ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ କଟକଣାକୁ କଡାକଡି ଭାବରେ କାର୍ଯ୍ୟକାରୀ କରିବାକୁ ଜିଲ୍ଲାପାଳ ଓ ଏସପିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସମ୍ବନ୍ଧିତ ଖବର