ଆଗାମୀ ଦୁଇଦିନ ପାଗ ଶୁଖିଲା ରହିବା ସହିତ ଏସବୁ ସ୍ଥାନରେ ମଧ୍ୟମ କୁହୁଡି ହେବାର ରହିଛି ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବା ସହିତ ରାଜ୍ୟର ଅଳ୍ପ କିଛି ଜିଲ୍ଲାରେ ମଧ୍ୟମ ଧରଣର କୁହୁଡି ରହିବ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ,ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ,ନୟାଗଡ଼ ଆଦି ରହିଛି।

ସେହିପରି ୨୮ରୁ ୨୯ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର,ବଲାଙ୍ଗୀର ଓ ବୌଦ୍ଧ ଆଦି ଜିଲ୍ଲାରେ ବି ମଧ୍ୟମ ଧରଣ କୁହୁଡି ହେବାର ସମ୍ଭାବନା ରହିଛି।

ଆଗାମୀ ଜାନୁଆରି ୨୯ରୁ ୩୦ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ଜାନୁଆରି ୨୯ରୁ ୩୦ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ ଓ ଅନୁଗୁଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡି ରହିବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଉକ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ବୌଦ୍ଧ ଜିଲ୍ଲାରେ ସର୍ବାଧିକ ତାପମାତ୍ରା ୩୩.୦ ଡିଗ୍ରି ସେଲସିୟସ ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୩.୫ଡିଗ୍ରି ସେଲସିୟସ ରହିଛି।

ସମ୍ବନ୍ଧିତ ଖବର