ପୁରୀ: ଚଳିତ ବର୍ଷ ପଡୁନି ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ । ବର୍ଷକ ପାଇଁ ନୀତି ନିର୍ଘଂଟ ପରେ ଶ୍ରୀମନ୍ଦିର ମୁକ୍ତିମଣ୍ଡପ ପଣ୍ଡିତ ସଭାର ସଦସ୍ୟ, ପଞ୍ଜିଗଣନାକାରୀ ଏବଂ ଶ୍ରୀମନ୍ଦିର ନୀତିପ୍ରଶାସକ ଏହା ସ୍ପଷ୍ଟ କରିଛନ୍ତି ।
Sambad is now on WhatsApp
Join and get latest news updates delivered to you via WhatsApp
ସେମାନଙ୍କ କହିବା ଅନୁଯାୟୀ ଚଳିତ ବର୍ଷ ନାଗାର୍ଜୁନ ବେଶ ପଡୁନାହିଁ । ଏନେଇ କେତେକ କ୍ୟାଲେଣ୍ଡର ଓ ପଞ୍ଜିକା ଭୁଲ ସୂଚନା ଦେଇଥିଲେ । ଚଳିତ ବର୍ଷ ମହାପ୍ରଭୁଙ୍କର ନାଗାର୍ଜୁନ ବେଶ ପଡୁଥିବା ନେଇ ପୂର୍ବରୁ ବିଭିନ୍ନ କ୍ୟାଲେଣ୍ଡର ଓ ପଞ୍ଜିକାରେ ପ୍ରକାଶ ପାଇଥିଲା ।