ବିଧାୟକ ପ୍ରଦୀପ ପାଣିଗ୍ରାହୀ, ଆଇଏଫଏସ ଅଧିକାରୀ ଅଭୟକାନ୍ତ ପାଠକ କରୋନା ଆକ୍ରାନ୍ତ
ଭୁବନେଶ୍ୱର : ଦୁର୍ନୀତି ଅଭିଯ଼ୋଗରେ ଝାରପଡ଼ା ଜେଲରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ଆଇଏଫଏସ ଅଧିକାରୀ ଅଭୟକାନ୍ତ ପାଠକ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯ଼ାଇଛି । ଉଭୟଙ୍କୁ ଝାରପଡ଼ା ଜେଲରେ ଆଇସୋଲେସନରେ ରଖାଯ଼ାଇଛି । ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉପରେ ନଜର ରଖାଯାଇଛି।
Sambad is now on WhatsApp
Join and get latest news updates delivered to you via WhatsApp
ଗୁରୁବାରଦିନ ଝାରପଡ଼ା ଜେଲ୍ରେ ଥିବା ୧୦୦ରୁ ଅଧିକ କଏଦୀଙ୍କର କୋଭିଡ୍ ଟେଷ୍ଟ କରାଯାଇଥିଲା। ସେମାନଙ୍କ ଭିତରୁ ୯୬ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା । କୋଭିଡ୍ ଆକ୍ରାନ୍ତ ସମସ୍ତ କଏଦୀଙ୍କୁ ଆଇସୋଲେସନ୍ କରି ରଖାଯାଇଛି। ସେମାନଙ୍କ ମଧ୍ୟରେ ପାଣିଗ୍ରାହୀ ଓ ପାଠକ ଥିଲେ ।