ପୁରୀ : ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀଜୀଉଙ୍କ ଦିବ୍ୟ ମହାସ୍ନାନ ଅନୁଷ୍ଠିତ ହୋଇଯାଇଛି । ସ୍ନାନ ପରେ ମହାପ୍ରଭୁଙ୍କ ଗଜାନନ ବେଶ ଅନୁଷ୍ଠିତ ହୋଇଥିଲା । ଗଜାନନ ବେଶରେ ଭକ୍ତମାନଙ୍କୁ ଦର୍ଶନ ଦେବା ପରେ ଏବେ ମହାପ୍ରଭୂଙ୍କ ହାତୀବେଶ ମଇଲମ ବା ଓଲାଗି କରାଯାଉଛି । ଏହା ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ବାହୁଡ଼ା ପହଣ୍ଡି ଅନୁଷ୍ଠିତ ହେବ । ରାତି ୮ଟା ସୁଦ୍ଧା ଆରମ୍ଭ ବାହୁଡ଼ା ପହଣ୍ଡି ଶେଷ ହେବ । ଏହା ପରେ ମହାପ୍ରଭୂଙ୍କ ରାହୁରେଖା ଓ ସୁନାଚିତା ଓଲାଗି ପରେ ତାଟିବନ୍ଧା ଓ ଦଶାବତାର ବିଜେ ନୀତି ଅନୁଷ୍ଠିତ ହେବ ।
Sambad is now on WhatsApp
Join and get latest news updates delivered to you via WhatsApp
ସୂଚନାଯୋଗ୍ୟ ଯେ, କରୋନା କଟକଣା ଦୃଷ୍ଟିରୁ ଗତ ବର୍ଷ ପରି ଏବର୍ଷ ମଧ୍ୟ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହେଉଛି । ତେବେ ଆଜି ସ୍ନାନମଣ୍ଡପରେ ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ ଛେରାପହରା କରିନଥିଲେ । ଗଜପତିଙ୍କ ତରଫରୁ ତାଙ୍କ ପ୍ରତିନିଧି ମୁଦିରସ୍ତ ସ୍ନାନ ମଣ୍ଡପରେ ଛେରା ପହରା କରିଥିଲେ ।