ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା  ଗୁଲାବ

ଭୁବନେଶ୍ବର : ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏକ ବାତ୍ୟାର ରୂପ ନେଇଛି । ଏହାର ନାମ ରଖାଯାଇଛି ଗୁଲାବ୍ । ଏହା ଏବେ ଉତ୍ତର-ପଶ୍ଚିମ ଓ ନିକଟବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି ।

ଭାରତୀୟ ପାଣିପାଗ ବିଭାଗର ରିପୋର୍ଟ ଅନୁସାରେ ଆଜି ସଂଧ୍ୟା ସାଢେ ୫ଟା ବେଳେ ଏହା ଗୋପାଳପୁରଠାରୁ ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ଥିଲା । ଗତ ୬ ଘଣ୍ଟାରେ ଏହା ଘଣ୍ଟା ପ୍ରତି ୭ କିଲୋମିଟର ବେଗରେ ସ୍ଥଳଭାଗ ଆଡକୁ ଗତି କରୁଛି । ଏହା ରବିବାର ଅର୍ଥାତ ୨୬ ତାରିଖ ସଂଧ୍ୟାରେ ଆନ୍ଧ୍ରପ୍ରଦେଶର କଳିଙ୍ଗପଟ୍ଟନମ ଓ ଓଡ଼ିଶାର ଗୋପାଳପୁର ମଧ୍ୟରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି  ।

ଏହି ବାତ୍ୟା ଗୁଲାବର ପ୍ରଭାବରେ ରବିବାର ଓଡ଼ିଶା ଓ ଆନ୍ଧ୍ରପ୍ରଦେଶର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୬୫ରୁ ୭୫ କିଲୋମିଟର ବେଗରେ ପହନ ବୋହିବ । ଏହି ସମୟରେ ସମୁଦ୍ର ପ୍ରବଳ ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ଆଇଏମଡି ପକ୍ଷରୁ  କୁହାଯାଇଛି ।

ସମ୍ବନ୍ଧିତ ଖବର