ବିଶିଷ୍ଟ ସମାଜସେବୀ ନିମାଇଁ ଚରଣ ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର: ଚୌଦାର ଅଞ୍ଚଳର ବିଶିଷ୍ଟ ସମାଜସେବୀ ତଥା କଳିଙ୍ଗ ଟ୍ୟୁବସ୍‌ ଟ୍ରେଡ୍‌ ୟୁନିୟନର ନେତା ନିମାଇଁ ଚରଣ ମହାନ୍ତିଙ୍କ ଆଜି ପରଲୋକ ହୋଇଯାଇଛି। ତାଙ୍କ ମୃତ୍ୟୁରେ ଆତ୍ମୀୟସ୍ୱଜନ ମହଲରେ ଶୋକର ଛାୟା ଖେଳିଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଅସୁସ୍ଥତା ଯୋଗୁଁ କଟକ ବଡ଼ ମେଡିକାଲରେ ସେ ଚିକିତ୍ସିତ ହେଉଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ପତ୍ନୀ, ତିନି ପୁଅ ଓ ବୋହୂ, ଝିଅ ଓ ଜ୍ୱାଇଁ ବରିଷ୍ଠ ସାମ୍ବାଦିକ ପ୍ରଫୁଲ୍ଲ ଦାସ ଉପସ୍ଥିତ ଥିଲେ। ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା।

ସମ୍ବନ୍ଧିତ ଖବର