ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ କରୋନା ପଜିଟିଭ ଚିହ୍ନଟ, ୯ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଗଜପତି ଜିଲ୍ଲାରୁ ସର୍ବାଧିକ ୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୬୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ ଜଣ, ବରଗଡ଼ରୁ ୧ ଜଣ, ବୌଦ୍ଧରୁ ୧ ଜଣ, ଗଜପତିରୁ ୭ ଜଣ, ଯାଜପୁରରୁ ୮ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ଜଗତସିଂହପୁରୁ ୧ ଜଣ, ଯାଜପୁରରୁ ୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧାରୁ ୬ ଜଣ, ମୟୂରଭଞ୍ଜରୁ ୧ ଜଣ, ସମ୍ୱଲପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪ ଜଣ ଓ ଷ୍ଟେଟପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୩୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୭, ୬୭୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୭୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର