ବରଗଡ଼: ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ୫୭୭୬ ଖଣ୍ଡ ଭୋଟରେ ଆଗୁଆ ରହିଥିବା ଜଣାଯାଇଛି।
ସୂଚନାଯୋଗ୍ୟ, ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବର୍ଷା ୧୭୧୨ ଖଣ୍ଡ ଭୋଟରେ ଆଗୁଆ ରହିଥିଲେ। ଦ୍ବିତୀୟ ରାଉଣ୍ଡ ଶେଷ ସୁଦ୍ଧା ୩୦୭୦ ଖଣ୍ଡ ଭୋଟରେ ବିଜେଡି ଆଗରେ ଥିଲା। ପଦ୍ମପୁରରେ ଗୁରୁବାର ସକାଳ ୮ଟାରୁ ଭୋଟ୍ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମେ ୨୯୬ଟି ପୋଷ୍ଟାଲ ବାଲାଟ୍ ଗଣତି ହୋଇଥିଲା। ଏଥିରେ ୨୪ଟି ସର୍ଭିସ ଭୋଟରଙ୍କ ଭୋଟ୍ ଏବଂ ୨୭୨ଟି ଅନୁପସ୍ଥିତ ଭୋଟରଙ୍କ (ମତଦାନ କେନ୍ଦ୍ରକୁ ଆସିପାରିନଥିବା ଦିବ୍ୟାଙ୍ଗ ଏବଂ ୮୦ବର୍ଷରୁ ଊର୍ଦ୍ଧ୍ବ (ବରିଷ୍ଠ ନାଗରିକ) ଭୋଟ୍ ଗଣତି ହୋଇଥିଲା।
Sambad is now on WhatsApp
Join and get latest news updates delivered to you via WhatsApp
ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପଦ୍ମପୁର ଆରଏମସି ପରିସର କେନ୍ଦ୍ରରେ ଭୋଟ ଗଣତି ଚାଲିଛି। ୧୪ ଟେବୁଲରେ ଗଣତି ଚାଲିଥିବାବେଳେ ୨୩ ରାଉଣ୍ଡରେ ଗଣତି ସରିବ। ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାର୍ଥୀଙ୍କ ସମେତ ୧୦ଜଣ ଏହି ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବେଳେ ଆଜି ସେମାନଙ୍କ ଭାଗ୍ୟ ପରୀକ୍ଷାଫଳ ଜଣାପଡିବ। ଏଠାରେ ସୂଚନାତଥାଉକି,ଏହି ଉପନିର୍ବାଚନରେ ରେକର୍ଡ ସଂଖ୍ୟକ ଅର୍ଥାତ୍ ୮୧.୨୯ ପ୍ରତିଶତ ମତଦାନ ହୋଇଛି। ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟରଙ୍କ ମଧ୍ୟରୁ ୨ଲକ୍ଷ ୯ହଜାର ୩୦୯ ଭୋଟର ୩୧୯ ବୁଥରେ ମତଦାନ କରିଥିଲେ।