India TV News
ଭୁବନେଶ୍ୱର: ଓଡ଼ିଶାରେ ୧ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ନିଜ ସ୍ଥିତିକୁ ସୁଦୃଢ କରି ରିଲାଏନ୍ସ ଜିଓ ୨୦୨୦ର ପ୍ରଥମ ଛଅମାସରେ ପ୍ରାୟ ୧୨ଲକ୍ଷ ନୂଆ ମୋବାଇଲ ଗ୍ରାହକଙ୍କୁ ଯୋଡିଥିବା ଭାରତୀୟ ଦୂରସଂଚାର ନିୟାମକ ପ୍ରାଧିକରଣ (ଟ୍ରାଇ) ପକ୍ଷରୁ ସଦ୍ୟ ପ୍ରକାଶିତ ଦୂରସଂଚାର ଗ୍ରାହକ ତଥ୍ୟରୁ ଜଣାପଡିଛି ।
ଅନ୍ୟମାନଙ୍କ ମଧ୍ୟରେ ଭାରତୀ ଏୟାରଟେଲ ଏହି ସମୟରେ ରାଜ୍ୟରେ ପ୍ରାୟ ୧୦ଲକ୍ଷ ଗ୍ରାହକ ହରାଇଥିବା ବେଳେ ଭୋଡାଫୋନ ଆଇଡିଆ ଏହି ଛଅମାସରେ ପ୍ରାୟ ୬ଲକ୍ଷ ଗ୍ରାହକ ହରାଇଥିବା ଟ୍ରାଇ ତଥ୍ୟରେ ପ୍ରକାଶ କରାଯାଇଛି । ଜିଓ ବ୍ୟତୀତ ରାଷ୍ଟ୍ରାୟତ୍ତ ବିଏସଏନଏଲ ଏକମାତ୍ର ସେବା ଯୋଗାଣକାରୀ ଭାବରେ ଗ୍ରାହକ ଯୋଗ କରିଛି ଏବଂ ଏହା ଉକ୍ତ ସମୟ ମଧ୍ୟରେ ରାଜ୍ୟରେ ୩.୩ ଲକ୍ଷ ନୂଆ ଗ୍ରାହକ ଯୋଡିଛି ।
୨୦୨୦ ଜୁନ୍ ମାସ ନିମନ୍ତେ ଟ୍ରାଇ ପକ୍ଷରୁ ସଦ୍ୟ ପ୍ରକାଶିତ ଦୂରସଂଚାର ଗ୍ରାହକ ତଥ୍ୟ ଅନୁଯାୟୀ ରିଲାଏନ୍ସ ଜିଓ ରାଜ୍ୟରେ ଜୁନ୍ ମାସରେ ୨.୨୧ ଲକ୍ଷ ଗ୍ରାହକ ଯୋଗ କରିଥିବାବେଳେ ତାହା ପଛକୁ ବିଏସଏନଏଲ ୫୩,୯୦୪ ଗ୍ରାହକ ଯୋଗ କରିଛି । ଉଭୟ ଭାରତୀ ଏୟାରଟେଲ ଏବଂ ଭୋଡାଫୋନ୍ ଏହି ମାସରେ ଲକ୍ଷାଧିକ ଗ୍ରାହକ ହରାଇଛନ୍ତି । ଚଳିତ ବର୍ଷ ଜୁନ୍ ମାସରେ ଏୟାରଟେଲ୍ ଓଡିଶାରେ ୨.୧୭ ଲକ୍ଷରୁ ଅଧିକ ଗ୍ରାହକ ହରାଇଥିବାବେଳେ ଭୋଡାଫୋନ ଆଇଡିଆ ୧.୧୯ ଲକ୍ଷ ଗ୍ରାହକ ହରାଇଥିବା ଟ୍ରାଇ ପକ୍ଷରୁ ପ୍ରକାଶିତ ତଥ୍ୟରୁ ଜଣାପଡିଛି । ସେହିଭଳି ଜୁନ୍ ମାସରେ ରାଜ୍ୟରେ ମୋଟ ମୋବାଇଲ ଗ୍ରାହକ ସଂଖ୍ୟା ୬୧,୬୯୩ ହ୍ରାସପାଇଛି ।
/sambad/media/post_attachments/9ea9f5060249afb87a13e1e5d88b4db611aa28c644218c666412f3ac3cbcdb88.jpeg)
ଏଠାରେ ଉଲ୍ଲେଖଯୋଗ୍ୟ ଯେ ଜିଓ ତାହାର ସର୍ବବୃହତ ୪ଜି ନେଟୱାର୍କ, ଦ୍ରୁତ ନେଟୱାର୍କ ସଂପ୍ରସାରଣ, ଏପର୍ଯ୍ୟନ୍ତ ଅପହଞ୍ଚ ରହିଥିବା ଅନେକ ଅଞ୍ଚଳଗୁଡିକୁ ସଂଯୁକ୍ତ କରିବା, ଗ୍ରାହକଙ୍କୁ ସୁଲଭ ମୂଲ୍ୟରେ ଆକର୍ଷଣୀୟ ପ୍ଲାନ୍ ଏବଂ ପ୍ରତି ବର୍ଗର ଗ୍ରାହକଙ୍କ ପାଇଁ ସୁଲଭ ବ୍ୟବସ୍ଥା ବଳରେ ଉଭୟ ଓଡ଼ିଶା ଏବଂ ସମଗ୍ର ଦେଶରେ ନିରନ୍ତର ଭାବେ ଲକ୍ଷାଧିକ ନୂଆ ଗ୍ରାହକ ଯୋଗ କରିବାରେ ଲାଗିଛି । ଟେଲିକମ୍ କ୍ଷେତ୍ର ପାଇଁ ଟ୍ରାଇ ପକ୍ଷରୁ ନିକଟରେ ପ୍ରକାଶିତ ଏକ ଆର୍ଥିକ ରିପୋର୍ଟ ଅନୁଯାୟୀ ଜିଓ ରାଜ୍ୟରେ ମୋଟ ଟେଲିକମ୍ ରାଜସ୍ୱ ଆୟର ୫୦% ରୁ ଅଧିକ ହାସଲ କରି ଉଭୟ ଗ୍ରାହକ ଏବଂ ରାଜସ୍ୱ ଆୟ କ୍ଷେତ୍ରରେ ଅଗ୍ରଣୀ ସ୍ଥାନ ଅଧିକାର କରିଛି ।
Follow Us