ଆତିଥେୟତା କ୍ଷେତ୍ର ପାଇଁ ୫୦ ହଜାର କୋଟି

ନୂଆଦିଲ୍ଲୀ: ଜରୁରିକାଳୀନ କ୍ରେଡିଟ୍‌ ଲାଇନ୍‌ ଗ୍ୟାରେଣ୍ଟି ଯୋଜନା (ଇସିଏଲଜିଏସ)ର ସୀମାରେ ୫୦,୦୦୦ କୋଟି ଟଙ୍କା ବୃଦ୍ଧି କରାଯାଇଛି। ଫଳରେ ତାହା ୪.୫ ଲକ୍ଷ କୋଟି ଟଙ୍କାରୁ ବୃଦ୍ଧି ପାଇ ୫ ଲକ୍ଷ କୋଟି ଟଙ୍କା ହୋଇଛି। ଅତିରିକ୍ତ ପରିମାଣର ପାଣ୍ଠିକୁ କେବଳ ଆତିଥ୍ୟ ଏବଂ ତତ୍‌ସଂକ୍ରାନ୍ତ କ୍ଷେତ୍ର ପାଇଁ ଆବଣ୍ଟନ କରାଯିବ। କୋଭିଡ୍ ମହାମାରୀ ଦ୍ବାରା ଏହି କ୍ଷେତ୍ର ଗୁରୁତର ଭାବେ ପ୍ରଭାବିତ ହୋଇଥିଲା। ତାହାକୁ ଦୃଷ୍ଟିରେ ରଖି ଇସିଏଲଜିଏସ ସୀମାରେ ବୃଦ୍ଧି ନିମନ୍ତେ ନିଷ୍ପତ୍ତି ନିଆଯାଇଛି। ଆଜି କେନ୍ଦ୍ର କ୍ୟାବିନେଟ୍ କମିଟି ଏହି ସଂକ୍ରାନ୍ତ ପ୍ରସ୍ତାବକୁ ମଞ୍ଜୁର କରିଛି। ଇସିଏଲଜିଏସ ଯୋଜନା ୨୦୨୩ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଜାରି ରହିବ। ଚଳିତ ବର୍ଷ ଅଗଷ୍ଟ ୫ ସୁଦ୍ଧା ଇସିଏଲ୍‌ଜିଏସ୍‌ ଯୋଜନା ଅଧୀନରେ ୩.୬୭ ଲକ୍ଷ କୋଟି ଟଙ୍କାର ଋଣ ମଞ୍ଜୁର କରାଯାଇଛି।

ସମ୍ବନ୍ଧିତ ଖବର