ବ୍ରାଣ୍ଡସ୍‌ ଅଫ୍‌ ଓଡ଼ିଶା ପ୍ରାଇଡ୍‌ ଅଫ୍ ଇଣ୍ଡିଆ ସମ୍ବାଦ କର୍ପୋରେଟ୍ ଏକ୍ସିଲେନ୍ସ ଆୱାର୍ଡସ୍‌-୨୦୨୧: ପାଞ୍ଚଟି ବର୍ଗରେ ପୁରସ୍କାର

ଭୁବନେଶ୍ବର: ସମ୍ବାଦ ଗ୍ରୁପ୍‌ର ବ୍ରାଣ୍ଡସ୍‌ ଅଫ୍‌ ଓଡ଼ିଶା ପ୍ରାଇଡ୍ ଅଫ୍ ଇଣ୍ଡିଆ ସମ୍ବାଦ କର୍ପୋରେଟ୍ ଏକ୍ସିଲେନ୍ସ ଆୱାର୍ଡସ୍‌-୨୦୨୧ ପାଇଁ ଆବେଦନ ପ୍ରକ୍ରିୟା ୨୦୨୧ ଜାନୁଆରି ୬ରେ ଶେଷ ହେବ। ଏହି ତାରିଖ ପାଖେଇ ଆସୁଥିବା ବେଳେ ଉଦ୍ୟୋଗ ଜଗତରେ ପୁରସ୍କାରକୁ ନେଇ ଉତ୍ସାହ ବଢ଼ୁଛି। ପାଞ୍ଚଟି ବର୍ଗରେ ପୁରସ୍କାର ଦିଆଯିବ। ସେଗୁଡ଼ିକ ହେଉଛି କର୍ପୋରେଟ୍ ସାମାଜିକ ଦାୟିତ୍ବବୋଧ (CSR), ବୃହତ ଉଦ୍ୟୋଗ (LARGE), ମଧ୍ୟମ ଉଦ୍ୟୋଗ (MEDIUM), କ୍ଷୁଦ୍ର ଉଦ୍ୟୋଗ (SMALL) ଓ ଇମର୍ଜିଂ/ଷ୍ଟାର୍ଟଅପ୍ (EMERGING/START-UP)। ପ୍ରତି ବର୍ଗରେ ପ୍ଲାଟିନମ୍, ଗୋଲ୍‌ଡ ଓ ସିଲଭର୍‌ ଭଳି ତିନିଟି ପୁରସ୍କାର ଦିଆଯାଉଛି। ଆବେଦନ ପାଇଁ ଆବେଦନକାରୀଙ୍କୁ www.sambadawards.com କିମ୍ବା www.sambadawards.in ପରିଦର୍ଶନ କରିବାକୁ ପଡ଼ିବ। ଆବେଦନ ପାଇଁ କୌଣସି ଶୁଳ୍କ ଦେବାକୁ ପଡ଼ୁନାହିଁ। ବିଜେତା ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ ନିରପେକ୍ଷ ରହୁଛି। ପୁରସ୍କାର ବିଷୟରେ ଅଧିକ ଜାଣିବା ଲାଗି ସଞ୍ଜୟ ଗୌରଙ୍କୁ ମୋବାଇଲ୍ ନମ୍ବର ୯୬୫୪୧୩୩୩୦୦ ଓ ଜ୍ଞାନ ରଞ୍ଜନ ମହାନ୍ତିଙ୍କୁ ୯୯୩୮୪୪୩୨୨୪ରେ ଯୋଗାଯୋଗ କରାଯାଇପାରିବ।

ସମ୍ବନ୍ଧିତ ଖବର