ଅନୁଗୁଳ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣିମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ନୂଆଦିଲ୍ଲୀ ସ୍ଥିତ କାର୍ଯ୍ୟାଳୟରେ ଭେଟି ଆଲୋଚନା କରିଛନ୍ତି। ଅନୁଗୁଳ ଓ କୁଲାଡ଼ରେ ଟ୍ରକ୍ ଦ୍ୱାରା ଆଲୁମିନିୟମ ପରିବହନକୁ ସୁଚାରୁରୂପେ କରିବା ଏବଂ କୋଇଲା ଓ ଖଣି କ୍ଷେତ୍ରରେ କାମ କରୁଥିବା ଠିକା ଶ୍ରମିକଙ୍କ ଦୈନିକ ମଜୁରି ବୃଦ୍ଧି ଉପରେ ସେ ଗୁରୁତ୍ବ ଦେଇଛନ୍ତି। ଏ ନେଇ ଶ୍ରୀ ପ୍ରଧାନ ଆଜି ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏହାସହ ନାଲ୍କୋ ଦ୍ୱାରା ସ୍ମେଲଟର ପ୍ଲାଣ୍ଟର ସମ୍ପ୍ରସାରଣ ନେଇ ମଧ୍ୟ କଥାବାର୍ତ୍ତା ହୋଇଛି। ସୂଚନା ଅନୁସାରେ, କୋଇଲା ଖନନ ପାଶ୍ବବର୍ତ୍ତୀ ଅଞ୍ଚଳରେ ସିଏସ୍ଆର୍ ଖର୍ଚ୍ଚ ଅଟକଳକୁ ବୃଦ୍ଧି କରି ଲୋକଙ୍କ ଶିକ୍ଷା, ସ୍ୱାସ୍ଥ୍ୟ ଭିତ୍ତିଭୂମି, ପାନୀୟ ଜଳ, ମୌଳିକ ସମସ୍ୟାକୁ ପ୍ରାଥମିକତା ଭିତ୍ତିରେ କରିବା ପାଇଁ ମଧ୍ୟ ଆଲୋଚନା କାଳରେ ଗୁରୁତ୍ୱ ଦିଆଯାଇଛି। ରାଜ୍ୟବାସୀଙ୍କ ହିତ ଦୃଷ୍ଟିରୁ କୋଇଲା ଓ ଖଣି ବିଭାଗର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଦିଗରେ ଆଲୋଚନା ହୋଇଛି। ଓଡ଼ିଶାର ବିକାଶ ଓ ସ୍ୱାର୍ଥକୁ ଦୃଷ୍ଟିରେ ରଖି ବ୍ୟକ୍ତିଗତ ହସ୍ତକ୍ଷେପ କରିବା ପାଇଁ ବିଭାଗୀୟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି । ସମସ୍ତ ବିଷୟକୁ ଅନୁଧ୍ୟାନ କରାଯାଇ ଉଚିତ୍ ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।
କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର: ନାଲ୍କୋ ସ୍ମେଲଟର ପ୍ଲାଣ୍ଟ ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା
/sambad/media/post_attachments/wp-content/uploads/2022/05/fs56465h4fh1hf32f65fs4hfshsfhfh.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)