ବିଶ୍ୱ କଲ୍ୟାଣର ନେତୃତ୍ୱ ନେବ ଭାରତ: ଧର୍ମେନ୍ଦ୍ର

Advertisment

ଏକବିଂଶ ଶତାବ୍ଦୀ ଭାରତର। ଚତୁର୍ଥ ଶିଳ୍ପ ବିପ୍ଳବ ସମୟରେ ଭାରତ ପାଖରେ ଦୁନିଆର ଲୋକ କଲ୍ୟାଣ ନେତୃତ୍ୱ ନେବା ପାଇଁ ଏକ ଅଭୂତପୂର୍ବ ସୁଯୋଗ ରହିଛି। ଏ ଦିଗରେ ଆଇଆଇଟି-ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜର ବଡ଼ ଦାୟିତ୍ୱ ନିର୍ବାହ କରିବେ ବୋଲି...

ଏକବିଂଶ ଶତାବ୍ଦୀ ଭାରତର। ଚତୁର୍ଥ ଶିଳ୍ପ ବିପ୍ଳବ ସମୟରେ ଭାରତ ପାଖରେ ଦୁନିଆର ଲୋକ କଲ୍ୟାଣ ନେତୃତ୍ୱ ନେବା ପାଇଁ ଏକ ଅଭୂତପୂର୍ବ ସୁଯୋଗ ରହିଛି। ଏ ଦିଗରେ ଆଇଆଇଟି-ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜର ବଡ଼ ଦାୟିତ୍ୱ ନିର୍ବାହ କରିବେ ବୋଲି...

fhffhfhshf

ବାରାଣସୀ: ଏକବିଂଶ ଶତାବ୍ଦୀ ଭାରତର। ଚତୁର୍ଥ ଶିଳ୍ପ ବିପ୍ଳବ ସମୟରେ ଭାରତ ପାଖରେ ଦୁନିଆର ଲୋକ କଲ୍ୟାଣ ନେତୃତ୍ୱ ନେବା ପାଇଁ ଏକ ଅଭୂତପୂର୍ବ ସୁଯୋଗ ରହିଛି। ଏ ଦିଗରେ ଆଇଆଇଟି-ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜର ବଡ଼ ଦାୟିତ୍ୱ ନିର୍ବାହ କରିବେ ବୋଲି ଏହାର ତ୍ରୟୋଦଶ ସମାବର୍ତ୍ତନ ସମାରୋହରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଆଇଆଇଟି-ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ସମାରୋହରେ ସାମିଲ ହେବା ସୌଭାଗ୍ୟର ବିଷୟ। ସମ୍ମାନ, ଡିଗ୍ରି ଏବଂ ପଦକଧାରୀ ବିଦ୍ୟାର୍ଥୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇବା ସହ ସେ କହିଛନ୍ତି ଆଇଆଇଟି ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର ବିଦ୍ୟାର୍ଥୀ ବହୁତ ଭାଗ୍ୟବାନ। ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ଦ୍ୱାରା ଏହି ପବିତ୍ର ସ୍ଥାନରୁ ଆରମ୍ଭ ହୋଇଥିବା ଶିକ୍ଷା ଯଜ୍ଞରୁ ଉତ୍ପନ୍ନ ହୋଇଥିବା ଛାତ୍ରଛାତ୍ରୀମାନେ ଜଣେ ଜଣେ ଅମୃତ ସଦୃଶ। ଅନେକ ମହାପୁରୁଷ କାଶୀକୁ ଆସିଛନ୍ତି। ଆଜି ମାନ୍ୟତା ହାସଲ କରିଥିବା ଆଇଆଇଟି ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ସେହି ମହାପୁରୁଷଙ୍କ ଠାରୁ କୌଣସି ଗୁଣରେ କମ ନୁହଁନ୍ତି ।

ଏହି ଶିକ୍ଷାନୁଷ୍ଠାନରେ ଅଧ୍ୟୟନ କରୁଥିବା ପ୍ରତିଭାସମ୍ପନ୍ନ ଛାତ୍ରଛାତ୍ରୀମାନେ ଚାକିରି କରିବା ଅପେକ୍ଷା ଅନେକଙ୍କୁ ଚାକିରି ଦେବା ଦିଶାରେ କାର୍ଯ୍ୟ କରିବେ ବୋଲି ବିଶ୍ୱାସ ରହିଛି। ସାରା ଦୁନିଆର ସମସ୍ୟାର ସମାଧାନର ସୂତ୍ର କାଶୀ ଓ ଆଇଆଇଟି ବିଏଚ୍‌ୟୁ ଭଳି ଅନୁଷ୍ଠାନ ପାଖରେ ରହିଛି । ନିଜର ବୌଦ୍ଧିକ ଦକ୍ଷତା ବଳରେ ଆମର ଛାତ୍ରଛାତ୍ରୀମାନେ ଭାରତ ଏବଂ ସମଗ୍ର ବିଶ୍ୱର ଆବଶ୍ୟକତା ପୂରଣ କରିବେ ବୋଲି ଶିକ୍ଷା ମନ୍ତ୍ରୀ କହିଛନ୍ତି। ବାରଣାସୀ ଗସ୍ତ କାଳରେ ଶ୍ରୀ ପ୍ରଧାନ ବାବା ବିଶ୍ୱନାଥ ମନ୍ଦିର ଓ ବାବା କାଳ ଭୈରବ ମନ୍ଦିରରେ ଦର୍ଶନ ସହ ପୂଜାର୍ଚ୍ଚନା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe