ଆଇଓବିର ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ଓଭରସିଜ୍‌ ବ୍ୟାଙ୍କ, ଭୁବନେଶ୍ୱର କ୍ଷେତ୍ର ପକ୍ଷରୁ ବ୍ୟାଙ୍କର ୮୧ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କ ପକ୍ଷରୁ ବିଭିନ୍ନ ପ୍ରକାରର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ର ଅନ୍ତର୍ଗତ ସମସ୍ତ ଶାଖା ଗୁଡିକରେ ଓ୍ଵାକାଥନ୍‌ କାର୍ଯ୍ୟକ୍ରମ ଆୟୋଜନ କରାଯିବା ସହ ବ୍ୟାଙ୍କ କର୍ମଚାରୀ ମାନଙ୍କ ଦ୍ୱାରା ସ୍ୱାସ୍ଥ୍ୟ ଶିବିର, ରକ୍ତଦାନ ଅଭିଯାନ, ମାଗଣା ଚକ୍ଷୁ ପରୀକ୍ଷା କାର୍ଯ୍ୟକ୍ରମ ଆଦି ଆୟୋଜନ କରାଯାଇଥିଲା। ବ୍ୟାଙ୍କ ପକ୍ଷରୁ ବୃକ୍ଷରୋପଣ ଓ ଚାରାଗଛ ବଣ୍ଟନ କରାଯାଇଥିଲା। ଏହି ଅବସରରେ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ରର ମୁଖ୍ୟ କ୍ଷେତ୍ରୀୟ ପ୍ରବନ୍ଧକ ଆର୍‌ ଶଙ୍କର ରାଓଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।

ସମ୍ବନ୍ଧିତ ଖବର