ଜିଓ ପ୍ଲାଟଫର୍ମ୍‌ସରେ ୧୧,୩୬୭ କୋଟି ଟଙ୍କା ନିବେଶ କରିବ ବିଶ୍ୱର ଅଗ୍ରଣୀ ନିବେଶକାରୀ ସଂସ୍ଥା କେକେଆର୍‌

Advertisment

ଏକ ମାସ ମଧ୍ୟରେ ଜିଓ ପ୍ଲାଟଫର୍ମରେ  ୭୮,୫୬୨ କୋଟି ଟଙ୍କାର ନିବେଶ 

ଏକ ମାସ ମଧ୍ୟରେ ଜିଓ ପ୍ଲାଟଫର୍ମରେ  ୭୮,୫୬୨ କୋଟି ଟଙ୍କାର ନିବେଶ 

ଆଇପିଏଲ୍‌ ନିଲାମ ଘୁଞ୍ଚାଇବାକୁ ‌କେକେଆର୍‌ ସିଇଓଙ୍କ ପରାମର୍ଶ

Outlook Tech

ଭୁବନେଶ୍ୱର / ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍ (ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌) ଏବଂ ଭାରତର ଅଗ୍ରଣୀ ଡିଜିଟାଲ୍ ସେବା ପ୍ଲାଟଫର୍ମ ଭାବେ ପରିଚିତ ଜିଓ ପ୍ଲାଟଫର୍ମସ୍ ଲିମିଟେଡ୍ (ଜିଓ ପ୍ଲାଟଫର୍ମସ୍‌) ପକ୍ଷରୁ ଆଜି ଏକ ମହତ୍ୱପୂର୍ଣ୍ଣ ଘୋଷଣାକ୍ରମରେ ବିଶ୍ୱର ପ୍ରତିଷ୍ଠିତ ନିବେଶକାରୀ ସଂସ୍ଥା କେକେଆର୍, ଜିଓ ପ୍ଲାଟଫର୍ମସରେ ୧୧,୩୬୭ କୋଟି ଟଙ୍କା ପୁଞ୍ଜିନିବେଶ କରିବ ବୋଲି ସୂଚନା ଦେଇଛନ୍ତିି ।  ଏହା ହେଉଛି ଏସିଆରେ କେକେଆର୍‌ର ସର୍ବବୃହତ ପୁଞ୍ଜିନିବେଶ । ଗତ ଏକମାସ ମଧ୍ୟରେ ଫେସବୁକ୍‌, ସିଲଭର ଲେକ୍‌, ଭିସ୍ତା ଇକ୍ୱିଟି ପାର୍ଟନର୍ସ, ଜେନେରାଲ୍ ଆଟଲାଂଟିକ୍ ଏବଂ କେକେଆର୍ ଭଳି ବିଶ୍ୱର ବୈଷୟିକ କ୍ଷେତ୍ରର ଅଗ୍ରଣୀ ନିବେଶକାରୀମାନେ ଜିଓ ପ୍ଲାଟଫର୍ମରେ ୭୮,୫୬୨ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ଲାଗି ଘୋଷଣା କରିଛନ୍ତି ।

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ସମ୍ପୂର୍ଣ୍ଣ ଅଧିକୃତ ସହଯୋଗୀ କମ୍ପାନୀ ଭାବେ ଜିଓ ପ୍ଲାଟଫର୍ମ ହେଉଛି ଏକ ପରବର୍ତୀ ପିଢ଼ିର ଟେକ୍ନୋଲୋଜି ପ୍ଲାଟଫର୍ମ ଯାହାକି ୩୮୮ ନିୟୁତରୁ ଅଧିକ ଗ୍ରାହକଙ୍କୁ ନେଇ ସମଗ୍ର ଭାରତରେ ଉଚ୍ଚମାନର ତଥା ସୁଲଭ ମୂଲ୍ୟରେ ଡିଜିଟାଲ୍ ସେବା ଯୋଗାଇବା ଉପରେ ଗୁରୁତ୍ୱ ଦେଉଛି । ଜିଓ ପ୍ଲାଟଫର୍ମ ଏହାର ଡିଜିଟାଲ ଇକୋସିଷ୍ଟମ୍ ମଧ୍ୟରେ ବ୍ରଡ୍‌ବ୍ୟାଣ୍ଡ ସଂଯୋଗୀକରଣ, ସ୍ମାର୍ଟ ଡିଭାଇସ୍‌, କ୍ଲାଉଡ୍ ଏବଂ ଏଜ୍ କମ୍ପ୍ୟୁଟିଂ, ବୃହତ ଡାଟା ଆନାଲିଟିକ୍ସ, କୃତ୍ରିମ ବୁଦ୍ଧିମତା (ଆର୍ଟିଫିସିଆଲ ଇଟେଂଲିଜେନ୍ସ), ଇଂଟରନେଟ୍ ଅଫ୍ ଥିଙ୍ଗସ୍‌, ଅଗମେଂଟେଡ୍ ଆଣ୍ଡ୍ ମିକ୍ସଡ୍ ରିଅଲିଟି ଏବଂ ବ୍ଲକ୍ ଚେନ୍ ଆଦି ଅଗ୍ରଣୀ ଟେକ୍ନୋଲୋଜିକୁ ଆଧାର କରି ବ୍ୟାପକ ବିନିଯୋଗ କରିଛି । ଜିଓର ଲକ୍ଷ୍ୟ ହେଉଛି ସାରା ଦେଶର ୧୩୦ କୋଟି ଲୋକ ଏବଂ ବ୍ୟବସାୟଗୁଡିକ ପାଇଁ ଏକ ଡିଜିଟାଲ୍ ଇଣ୍ଡିଆକୁ ସକ୍ଷମ କରିବା ଯାହା ଛୋଟ ବ୍ୟବସାୟୀ ଏବଂ କୃଷକମାନଙ୍କୁ ସାମୂହିକ ଅଭିବୃଦ୍ଧିର ଫଳ ପ୍ରଦାନ କରିପାରିବ ।

୧୯୭୬ରେ ପ୍ରତିଷ୍ଠାଲାଭ କରିଥିବା କେକେଆର୍ ଏହାର ପ୍ରାଇଭେଟ ଇକ୍ୱିଟି ଏବଂ ଟେକ୍ନୋଲୋଜି ଅଭିବୃଦ୍ଧି ପାଣ୍ଠି ମାଧ୍ୟମରେ ଅଗ୍ରଣୀ ବିଶ୍ୱସ୍ତରୀୟ ଉଦ୍ୟୋଗ ଗଠନ ଏବଂ ବୈଷୟିକ କ୍ଷେତ୍ରରେ ବ୍ୟବସାୟ ଗୁଡିକରେ ସଫଳତାର ସହ ନିବେଶର ଏକ ଦୀର୍ଘ ଇତିହାସ ସୃଷ୍ଟି କରିଛି । ଏହି ସହଭାଗିତା ସମ୍ପର୍କରେ ରିଲାଏନ୍ସ ଇଣ୍ଡଷ୍ଟ୍ରିିଜର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ କହିଛନ୍ତି, “ପ୍ରତ୍ୟେକ ଭାରତୀୟଙ୍କୁ ସୁବିଧା ପହଂଚାଇବା ଲକ୍ଷ୍ୟରେ ଭାରତର ଡିଜିଟାଲ ଇକୋସିଷ୍ଟମର ଅଭିବୃଦ୍ଧି ତଥା ପୁନର୍ବିନ୍ୟାସ ଦିଗରେ ଆମର ଯାତ୍ରାରେ କେକେଆର ଭଳି ବିଶ୍ୱର ଅନ୍ୟତମ ଅଗ୍ରଣୀ ଓ ସମ୍ମାନସ୍ପଦ ଆର୍ଥିକ ନିବେଶକାରୀ କେକେଆର୍‌କୁ ଅଂଶୀଦାର ଭାବେ ସ୍ୱାଗତ କରି ମୁଁ ଆନନ୍ଦିତ । ଭାରତରେ ଏକ ପ୍ରିମିୟର୍ ଡିଜିଟାଲ୍ ସୋସାଇଟି ଗଠନ କରିବାର ଆମର ମହତ୍ୱପୂର୍ଣ୍ଣ ଲକ୍ଷ୍ୟ ସାଧନରେ କେକେଆର୍ ଅଂଶ ବିଶେଷ ହୋଇପାରିଛି ।”

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe