ଆଜିପୁଣି କମିଲା ତେଲଦର, ପେଟ୍ରୋଲ ୨୧ ପଇସା, ଡିଜେଲ ୧୯ ପଇସା ହ୍ରାସ

ନୂଆଦିଲ୍ଲୀ : ଆଜି ପୁଣି କମିଛି ପେଟ୍ରୋଲ ଓ ଡିଜେଲ ଦର । ପେଟ୍ରୋଲ ଲିଟର ପିଛା ୨୦-୨୧ ପଇସା ଓ ଡିଜେଲ ଲିଟର ପିଛା ୧୮-୧୯ ପଇସା ହ୍ରାସ ପାଇଛି । ଏହା ଫଳରେ ଦିଲ୍ଲୀରେ ପେଟ୍ରୋଲ ଦର ଗତ ଫେବ୍ରୁଆରୀ ମାସପରଠାରୁ ସର୍ବନିମ୍ନ ସ୍ତରରେ ପହଞ୍ଚିଛି ।

ଆଜିର ଏହି ହ୍ରାସ ପରେ ଆଜି ଦିଲ୍ଲୀରେ ପେଟ୍ରୋଲ ଦର ଟ.୭୦.୦୭ ଓ ଡିଜେଲ ଦର ଲିଟର ପିଛା ଟ.୬୪.୦୧ ରେ ପହଞ୍ଚିଛି ବୋଲି ଇଣ୍ଡିଆନ ଅଏଲ ପକ୍ଷରୁ ଜାରି ଦର ତାଲିକାରେ କୁହାଯାଇଛି । ଅନ୍ୟପକ୍ଷରେ ଓଡ଼ିଶାର ଭୁବନେଶ୍ୱରରେ ପେଟ୍ରୋଲ ଦରଠାରୁ ଡିଜେଲ ଦର ଏବେ ବି ଅଧିକ ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଟ.୬୯.୦୬ ଓ ଡିଜେଲ ଟ. ୬୮.୬୦ ରେ ବିକ୍ରି ହେଉଛି । ତେବେ ଭାଟ ଅନୁସାରେ ରାଜ୍ୟର ଅନ୍ୟ ଜିଲ୍ଲାରେ ଦରରେ ତାରତମ୍ୟ ଦେଖାଯାଇପାରେ । ଅନ୍ତର୍ଜାତୀୟ ବଜାରରେ ବ୍ରେଣ୍ଟ କ୍ରୁଡ ମୂଲ୍ୟ ୫୪.୧୦ ଡଲାର ଓ ଇଣ୍ଡିଆନ ବାସ୍କେଟ ମୂଲ୍ୟ ୫୪.୨୪ ଡଲାରକୁ ହ୍ରାସ ପାଇଛି ।

ସମ୍ବନ୍ଧିତ ଖବର