ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ

ନୂଆଦିଲ୍ଲୀ : ତେଲ ଦର ବୃଦ୍ଧିକୁ ନେଇ ସଂସଦରେ ବିରୋଧୀ ଦଳମାନେ ସରକାରଙ୍କୁ ସମାଲୋଚନା କରୁଥିବାବେଳେ କ୍ରମାଗତ ୪ର୍ଥ ଦିନ ପାଇଁ ଦେଶରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।

ଇଣ୍ଡିଆଲ ଅଏଲ ପକ୍ଷରୁ ଜାରି ଦର ତାଲିକା ଅନୁସାରେ ଦିଲ୍ଲୀରେ ଏବେ ପେଟ୍ରୋଲ ଲିଟର ପିଛା ଟ. ୧୦୧.୮୪ ଓ ଡିଜେଲ ଲିଟର ପିଛା ୮୯.୮୭ରେ ବିକ୍ରି ହେଉଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ଟ.୧୦୭.୮୩ ଓ ଡିଜେଲ ଲିଟର ପିଛା ୯୭.୪୫ରେ ବିକ୍ରି ହେଉଛି । ଦେଶର ୪ଟି ମହାନଗର ମଧ୍ୟରୁ ମୁମ୍ବାଇରେ ପେଟ୍ରୋଲ ଦର ସର୍ବାଧିକ ରହିଛି ।

ଅନ୍ୟପକ୍ଷରେ ଓଡ଼ିଶାର ଭୁବନେଶ୍ବରରେ ପେଟ୍ରୋଲ ଲିଟର ପିଛା ଟ.୧୦୨.୬୬ ରେ ଓ ଡିଜେଲ ଟ. ୯୭.୯୫ରେ ବିକ୍ରିହେଉଛି । ତେବେ ଭାଟ ଅନୁସାରେ ରାଜ୍ୟର ଅନ୍ୟ ଜିଲ୍ଲାରେ ଦରରେ ତାରତମ୍ୟ ପରିଲକ୍ଷିତ ହେଉଛି । ଓଡ଼ିଶାର ମାଲକାନଗିରିରେ ପେଟ୍ରୋଲ ଟ.୧୦୭.୭୩ ଓ ଡିଜେଲ ଟ. ୧୦୨.୮୬ ରେ ବିକ୍ରି ହେଉଛି । ସେହିପରି ସମ୍ବଲପୁରରେ ପେଟ୍ରୋଲ ଟ. ୧୦୩.୨୬ ଡିଜେଲ ଟ.୯୮.୯୫ ବିକ୍ରି ହେଉଛି । ବାଲେଶ୍ବରରେ ୧୦୨.୬୬ ଓ ଡିଜେଲ ଟ.୯୭.୬ରେ ବିକ୍ରି ହେଉଛି ।

ସମ୍ବନ୍ଧିତ ଖବର