ପୁଣି ବଢିଲା ପେଟ୍ରୋଲ, ଡିଜେଲ ଦର ; ଭୁବନେଶ୍ବରରେ ଦର କେତେ ଜାଣନ୍ତୁ

ନୂଆଦିଲ୍ଲୀ : ବୁଧବାର ପୁଣି ତେଲଦର ବୃଦ୍ଧି ପାଇଛି । ପେଟ୍ରୋଲ ଲିଟର ପିଛା ୨୬ ପଇସା ଓ ଡିଜେଲ ଲିଟର ପିଛା ୨୫ ପଇସା ବୃଦ୍ଧି ପାଇଛି । ଅନ୍ତର୍ଜାତୀୟ ବଜାରରେ ତେଲଦର ବଢିଚାଲିଥିବାରୁ ଏହି ଦରବୃଦ୍ଧି ହୋଇଛି ବୋଲି କୁହାଯାଉଛି ।
ଏହି ବୃଦ୍ଧି ପରେ ଆଜି ଦିଲ୍ଲୀରେ ପେଟ୍ରୋଲ ଦର ଲିଟର ପିଛା ଟ.୮୩.୯୭ ଓ ଡିଜେଲ ଲିଟର ପିଛା ଟ.୭୪.୧୨ ରେ ପହଞ୍ଚିଛି ବୋଲି ଇଣ୍ଡିଆନ ଅଏଲ ପକ୍ଷରୁ ଜାରି ଦର ତାଲିକାରେ କୁହାଯାଇଛି । ଅନ୍ୟପକ୍ଷରେ ଓଡ଼ିଶାର ଭୁବନେଶ୍ୱରରେ ପେଟ୍ରୋଲ ଟ.୮୪.୬୧ ଓ ଡିଜେଲ ଟ. ୮୦.୭୪ ରେ ବିକ୍ରି ହେଉଛି । ତେବେ ଭାଟ ଅନୁସାରେ ରାଜ୍ୟର ଅନ୍ୟ ଜିଲ୍ଲାରେ ଦରରେ ତାରତମ୍ୟ ପରିଲକ୍ଷିତ ହେଉଛି । ଓଡ଼ିଶାର ମାଲକାନଗିରିରେ ପେଟ୍ରୋଲ ଟ.୮୯.୬୫ ଓ ଡିଜେଲ ଟ.୮୫.୬୨ରେ ବିକ୍ରି ହେଉଛି । ସେହିପରି ସମ୍ବଲପୁରରେ ପେଟ୍ରୋଲ ଟ.୮୫.୨୧ ଓ ଡିଜେଲ ଟ. ୮୧.୩୩, ବାଲେଶ୍ବରରେ ପେଟ୍ରୋଲ ଟ.୮୪.୬୧ ଓ ଡିଜେଲ ଟ.୮୦.୭୫ରେ ବିକ୍ରି ହେଉଛି ।
ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ମୂଲ୍ୟ ଗତ ୧୧ ମାସର ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି । ଏହା ଫଳରେ ଭାରତରେ ତେଲଦର ବଢୁଛି । ବ୍ରେଣ୍ଟ କ୍ରୁଡ ମୂଲ୍ୟ ୫୪.୦୯ ଡଲାର ଓ ଇଣ୍ଡିଆନ ବାସ୍କେଟ ମୂଲ୍ୟ ୫୧.୯୫ ଡଲାରକୁ ବୃଦ୍ଧି ପାଇଛି ।

ସମ୍ବନ୍ଧିତ ଖବର