ନୂଆଦିଲ୍ଲୀ : ଆଜି ପୁଣି କମିଛି ପେଟ୍ରୋଲ ଓ ଡିଜେଲ ଦର । ପେଟ୍ରୋଲ ଲିଟର ପିଛା ୩୦-୩୬ ପଇସା ଓ ଡିଜେଲ ୩୭-୪୦ ପଇସା କମିଛି । କିନ୍ତୁ ଅନ୍ତର୍ଜାତୀୟ ବଜାରରେ ଅତି ଦ୍ରୁତ ଗତିରେ ତେଲ ଦର କମୁଥିବାବେଳେ ଭାରତୀୟ ବଜାରରେ ତେଲ କମ୍ପାନିମାନେ ସେହି ଅନୁପାତରେ ଦର କମାଉ ନାହାନ୍ତି । ଅନ୍ତର୍ଜାତୀୟ ବଜାରରେ ବ୍ରେଣ୍ଟ କ୍ରୁଡ ମୂଲ୍ୟ ୫୯.୪୬ ଡଲାର ଓ ଇଣ୍ଡିଆନ ବାସ୍କେଟ ମୂଲ୍ୟ ୫୮.୪୪ ଡଲାରକୁ ହ୍ରାସ ପାଇଛି ।
ଆଜିର ଏହି ହ୍ରାସ ପରେ ଆଜି ଦିଲ୍ଲୀରେ ପେଟ୍ରୋଲ ଦର ଟ.୭୨.୫୩ ଓ ଡିଜେଲ ଦର ଲିଟର ପିଛା ଟ. ୬୭.୩୫ ରେ ପହଞ୍ଚିଛି ବୋଲି ଇଣ୍ଡିଆନ ଅଏଲ ପକ୍ଷରୁ ଜାରି ଦର ତାଲିକାରେ କୁହାଯାଇଛି । ଅନ୍ୟପକ୍ଷରେ ଓଡ଼ିଶାର ଭୁବନେଶ୍ୱରରେ ପେଟ୍ରୋଲ ଦରଠାରୁ ଡିଜେଲ ଦର ଏବେ ବି ଅଧିକ ରହିଛି । ଭୁବନେଶ୍ୱରରେ ପେଟ୍ରୋଲ ଟ.୭୧.୪୬ ଓ ଡିଜେଲ ଟ. ୭୨. ୧୭ ରେ ବିକ୍ରି ହେଉଛି । ତେବେ ଭାଟ ଅନୁସାରେ ରାଜ୍ୟର ଅନ୍ୟ ଜିଲ୍ଲାରେ ଦରରେ ତାରତମ୍ୟ ଦେଖାଯାଇପାରେ ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2018/10/petrol.jpeg)