ଆଜି ପୁଣି ବଢ଼ିଲା ଇନ୍ଧନ ଦର: ଭୁବନେଶ୍ୱରରେ ଟ. ୧୦୯/- ଟପିଲା ପେଟ୍ରୋଲ୍‌

ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ପୁନର୍ବାର ଇନ୍ଧନ ଦର ବୃଦ୍ଧି ପାଇ ରେକର୍ଡସ୍ତରରେ ପହଞ୍ଚିଛି।

ପ୍ରାପ୍ତ ସୂଚନା ଅନୁସାରେ, ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୦୯.୨୫ ଓ ଡିଜେଲ୍‌ ଲିଟର୍‌ପିଛା ଟ.  ୧୦୫.୮୪ରେ ବିକ୍ରୟ ହେଉଛି। ଗତକାଲି ଠାରୁ ଆଜି ପେଟ୍ରେଲ୍‌ ୩୫ ପଇସା ଏବଂ ଡିଜେଲ୍‌ ୩୯ ପଇସା ବୃଦ୍ଧି ପାଇଛି।

ଜାତୀୟ ରାଜଧାନୀ ଅଞ୍ଚଳରେ ଦିଲ୍ଲୀରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୦୮.୨୯ ଓ ଡିଜେଲ୍‌ ଲିଟର୍‌ପିଛା ଟ. ୯୭.୦୨ରେ ବିକ୍ରୟ ହେଉଛି।

ମୁମ୍ବାଇରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୧୪.୧୪ ଥିବା ବଳେ ଡିଜେଲ୍‌ ଲିଟର୍‌ପିଛା ଟ. ୧୦୫.୧୨ରେ ବିକ୍ରୟ ହେଉଛି।

Image Courtesy of NDTV

ଚେନ୍ନାଇରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୦୫.୧୩ରେ କିଣା ଯାଉଥିବା ବଳେ ଡିଜେଲ୍‌ ଲିଟର୍‌ପିଛା ଟ. ୧୦୧.୨୫ରେ କିଣା ଯାଉଛି।

କୋଲ୍‌କାତାରେ ପେଟ୍ରୋଲ୍‌ ଲିଟର୍‌ପିଛା ଟ. ୧୦୮.୭୮ ଥିବା ବଳେ ଡିଜେଲ୍‌ ଲିଟର୍‌ପିଛା ଟ. ୧୦୦.୧୪ରେ ବିକ୍ରୟ ହେଉଛି।

ଭାରତ ପେଟ୍ରୋଲିୟମ୍‌, ଇଣ୍ଡିଆନ୍‌ ଅଏଲ୍‌ ଓ ହିନ୍ଦୁସ୍ତାନ ପେଟ୍ରୋଲିୟମ ସମେତ ତୈଳ ବିପଣନ କମ୍ପାନିମାନଙ୍କଦ୍ୱାରା ଦେଶରେ ପେଟ୍ରୋଲ୍‌ ଓ ଡିଜେଲ୍‌ ଦର ସଂଶୋଧନ କରାଯାଏ।

ସୂଚନାଯୋଗ୍ୟ, ପ୍ରତିଦିନ ସକାଳ ୬ଟା ବେଳେ ସଂଶୋଧିତ ଇନ୍ଧନ ମୂଲ୍ୟ ଲାଗୁ କରାଯାଏ। କ୍ଷେତ୍ର ବିଶେଷରେ ‘ଭ୍ୟାଟ୍‌’, ସ୍ଥାନୀୟ ଟିକସ ଏବଂ ପରିବହନ ବ୍ୟୟକୁ ଚାହିଁ ବିଭିନ୍ନ ରାଜ୍ୟ ଓ ସହରଗୁଡ଼ିକରେ ଇନ୍ଧନ ଦରରେ ପାର୍ଥକ୍ୟ ଦେଖା ଦେଉଛି।

ସମ୍ବନ୍ଧିତ ଖବର