ଓଡିଶାର ଜଗତସିଂହପୁର ସମେତ ଦେଶର ୪ଟି ସ୍ଥାନରେ ନିର୍ମାଣ ହେବ ପ୍ଲାଷ୍ଟିକ ପାର୍କ

ନୂଆଦିଲ୍ଲୀ : ଓଡ଼ିଶାର ଜଗତସିଂପୁର ସମେତ ଦେଶର ମୋଟ ୪ଟି ସ୍ଥାନରେ ପ୍ଲାଷ୍ଟିକ ପାର୍କ ପ୍ରତିଷ୍ଠା କରାଯିବାର ଯୋଜନା ରହିଛି ବୋଲି ଆଜି ଲୋକସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତର ପ୍ରଦାନ କରି କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ ଶ୍ରୀ ଡିଭି ସଦାନନ୍ଦ ଗୌଡା କହିଛନ୍ତି ।

ଏହି ଯୋଜନାର ପ୍ରଥମ ଦଫାରେ ଆସାମର ତିନସୁକିଆ, ମଧ୍ୟ ପ୍ରଦେଶର ରାଇସେନ, ଓଡିଶାର ଜଗତସିଂହପୁର ଓ ତାମିଲନାଡୁର ଥିରୁଭଲ୍ଲୁରଠାରେ ୨୦୧୯-୨୦ ମଧ୍ୟରେ ଏହି ପାର୍କ ପ୍ରତିଷ୍ଠା କରାଯିବା ପାଇଁ ଅନୁମୋଦନ କରାଯାଇଛି ।

ଯୋଜନାର ଦ୍ୱିତୀୟ ଦଫାରେ ଝାଡଖଣ୍ଡ, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ହରିୟାଣା, ଗୁଜରାଟ, ଛତିଶଗଡ, ପଞ୍ଜାବ, ପଶ୍ଚିମବଙ୍ଗ, ଉତ୍ତରାଖଣ୍ଡ, ମଣିପୁର, ଜାମ୍ମୁ କାଶ୍ମୀର ଏବଂ ରାଜସ୍ଥାନରେ ଏହି ପାର୍କ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଥିଲା । ଆବଶ୍ୟକ ଯୋଗ୍ୟତା ଏବଂ ଡିପିଆରଏସ ସମାପ୍ତି ଆଧାରରେ ଝାଡଖଣ୍ଡର ଦେଓଗଡ ଏବଂ ମଧ୍ୟ ପ୍ରଦେଶର ବିଲାଉଆଠାରେ ୨୦୧୮-୧୯ରେ ଦୁଇଟି ପ୍ଲାଷ୍ଟିକ ପାର୍କ ପ୍ରତିଷ୍ଠା ପାଇଁ ଚୂଡାନ୍ତ ମଞ୍ଜୁରି ପ୍ରଦାନ କରାଯାଇଥିଲା ।

ମନ୍ତ୍ରୀ ପୁନଶ୍ଚ କହିଲେ ଯେ ଯୋଜନାର ନିର୍ଦ୍ଦେଶାବଳୀ ଅନୁଯାୟୀ ସଂପୃକ୍ତ ରାଜ୍ୟ ସରକାର ଏହାର କାର୍ୟକାରିତା ଏବଂ ଡିପିଆର ସ୍ତରରେ ପରିବେଶ ଗତ ଅନୁମତି ସହ ସମସ୍ତ ବୈଧାନିକ ଅନୁମୋଦନ ଦାୟିତ୍ୱରେ ରହିବେ ।

ଏହି ଯୋଜନା ଫଳରେ ଅଭିନବ ପ୍ରକ୍ରିୟା ମାଧ୍ୟମରେ ବର୍ୟ୍ୟ ପରିଚାଳନା ଏବଂ ପୁନଃଚକ୍ରଣ ଆଦି କରାଯାଇ ପରିବେଶର ସ୍ଥାୟୀ ସୁରକ୍ଷା କରାଯାଇ ପାରିବ । ବର୍ୟ୍ୟ ପରିଚାଳନା ପାଇଁ ଉତ୍ପାଦନ ୟୁନିଟଗୁଡ଼ିକୁ ସହାୟତା ପ୍ରଦାନ ଲାଗି ଭିତ୍ତିଭୂମି ପ୍ରତିଷ୍ଠା, ଯାନ୍ତ୍ରିକ ଉପକରଣ, ଅଣ-ଧ୍ୱଂସକାରକ ପଦାର୍ଥ ପରୀକ୍ଷଣ, ଉଷ୍ମାୟନ, ଗୋଦାମ ନିର୍ମାଣ, ପ୍ଲାଷ୍ଟିକ ଚକ୍ରୀକରଣ, ଡିଜାଇନ ପ୍ରସ୍ତୁତି, ଗବେଷଣା ଏବଂ ବିକାଶ ଲାଗି ଏହି ଯୋଜନାରେ ବ୍ୟବସ୍ଥା ରହିଥିବା ଶ୍ରୀ ଗୌଡା ପ୍ରକାଶ କରିଥିଲେ ।

 

ସମ୍ବନ୍ଧିତ ଖବର