ମୁମ୍ବାଇ: ଦେଶର ବହୁଚର୍ଚ୍ଚିତ ଅମ୍ବାନି ପରିବାରର ବିବାହ ଆଜି ସମ୍ପନ୍ନ ହୋଇଛି। ଭାରତର ଏକ ନମ୍ବର ଧନୀ ମୁକେଶ ଅମ୍ବାନିଙ୍କ ସାନ ପୁଅ ଅନନ୍ତ ଅମ୍ବାନିଙ୍କ ସହ ରାଧିକା ମର୍ଚାଣ୍ଟଙ୍କ ବାହାଘର ହୋଇଛି। ମୁମ୍ବାଇର ଜିଓ ୱାର୍ଲଡ୍ କନ୍ଭେନ୍ସନ୍ ସେଣ୍ଟରେ ଅନୁଷ୍ଠିତ ଏହି ସମାରୋହରେ ଦେଶବିଦେଶର ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ସମାଗମ ହୋଇଛି। ରାଜନୀତିଠାରୁ ଆରମ୍ଭ କରି ସିନେମା, କ୍ରୀଡ଼ା, ସଙ୍ଗୀତ ଓ ବ୍ୟବସାୟ ଜଗତର ଅନେକ ବିଶିଷ୍ଟ ଚେହେରାଙ୍କୁ ବିବାହ ଉତ୍ସବରେ ଦେଖିବାକୁ ମିଳିଛି। ବ୍ରିଟେନ୍ର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ଡବ୍ଲୁଡବ୍ଲୁଇ ତାରକା ଜନ୍ ସିନା, ବଲିଉଡ୍ ଜଗତର ଅମିତାଭ ବଚ୍ଚନ ଓ ତାଙ୍କ ପରିବାର ସଦସ୍ୟ, ସଲ୍ମାନ୍ ଖାନ୍, ଶାହରୁଖ ଖାନ୍, ଗୌରୀ ଖାନ୍, ରଣବୀର କପୁର, ଆଲିଆ ଭଟ୍ଟ, ପ୍ରିୟଙ୍କା ଚୋପ୍ରା, ନିକ୍ ଜୋନାସ୍, ମାଧୁରୀ ଦିକ୍ଷୀତ, ଶ୍ରୀରାମ ନେନେ, ଦକ୍ଷିଣ ଭାରତୀୟ ସୁପରଷ୍ଟାର ମହେଶ ବାବୁ, କିମ୍ କର୍ଦାସିଆନ୍, ଆୟୁଷ ଶର୍ମା, ଜ୍ୟାକି ଶ୍ରଫ୍, କ୍ରିକେଟ୍ ତାରକା ମହେନ୍ଦ୍ର ସିଂହ ଧୋନି, ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଭଳି ଚର୍ଚ୍ଚିତ ଚେହେରା ବିବାହରେ ଯୋଗ ଦେଇଛନ୍ତି। ଏହି ବହୁ ଚର୍ଚ୍ଚିତ ବିବାହକୁ ନେଇ ବହୁ ଦିନର ବିଭିନ୍ନ କାର୍ଯ୍ୟକ୍ରମ ଦେଶବିଦେଶରେ ଆୟୋଜନ ହେଉଥିଲା। ଏକ ଆକଳନ ଅନୁସାରେ ଅମ୍ବାନି ପରିବାର ବିବାହରେ ପ୍ରାୟ ୫୦୦୦ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି।
ଅନନ୍ତଙ୍କ ହାତ ଧରିଲେ ରାଧିକା: ଯୋଗଦେଲେ ବିଶ୍ବର ଅନେକ ବିଶିଷ୍ଟ ବ୍ୟକ୍ତି
/sambad/media/post_attachments/wp-content/uploads/2024/07/dgjgdjgjgjd-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)