ଫେବ୍ରୁଆରି ୧ରେ କେନ୍ଦ୍ର ବଜେଟ୍‌: ୩୧ରୁ ‌ ବଜେଟ୍‌ ଅଧିବେଶନ

Advertisment

ସଂସଦର ବଜେଟ୍‌ ଅଧିବେଶନ ଚଳିତମାସ  ୩୧ରୁ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବ୍ରୁଆରି ୧୩ ତାରିଖ ଯାଏଁ ଚାଲିବ। ଫେବ୍ରୁଆରି ୧ ତାରିଖରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକବର୍ଷ ପାଇଁ ବଜେଟ୍‌ ଆଗତ କରିବେ।

ସଂସଦର ବଜେଟ୍‌ ଅଧିବେଶନ ଚଳିତମାସ  ୩୧ରୁ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବ୍ରୁଆରି ୧୩ ତାରିଖ ଯାଏଁ ଚାଲିବ। ଫେବ୍ରୁଆରି ୧ ତାରିଖରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକବର୍ଷ ପାଇଁ ବଜେଟ୍‌ ଆଗତ କରିବେ।

ଆଜିଠୁ ବଜେଟ୍‌ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ

ନୂଆଦିଲ୍ଲୀ: ସଂସଦର ବଜେଟ୍‌ ଅଧିବେଶନ ଚଳିତମାସ  ୩୧ରୁ ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବ୍ରୁଆରି ୧୩ ତାରିଖ ଯାଏଁ ଚାଲିବ। ଫେବ୍ରୁଆରି ୧ ତାରିଖରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକବର୍ଷ ପାଇଁ ବଜେଟ୍‌ ଆଗତ କରିବେ। ଏହା ହେବ ନିର୍ମଳା ସୀତାରମଣଙ୍କ ଲଗାତାର ଅଷ୍ଟମ ବଜେଟ୍‌ ଉପସ୍ଥାପନ। ପ୍ରଥମ ଦିନ ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିବେ। ସେହିଦିନ ଅର୍ଥମନ୍ତ୍ରୀ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିବେ।

ପ୍ରଥମ ପର୍ଯ୍ୟାୟରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଭୟ ଗୃହରେ ରାଷ୍ଟ୍ରପତିଙ୍କ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ରଖିବେ। ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ଚାଲିବ। ଅଧିବେଶନରେ ମୋଟ ୨୭ଟି କାର୍ଯ୍ୟଦିବସ ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe