କେନ୍ଦୁଝର: ଜଣେ ୭ ବର୍ଷର ନାବାଳିକା ଦୁଷ୍କର୍ମର ଶିକାର ହୋଇଥିବା ଗୁରୁବାର ଅଭିଯୋଗ ହୋଇଛି। ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲାର ରୁଗୁଡ଼ି ଥାନା ଅନ୍ତର୍ଗତ ଗୁଆଳି ଅଂଚଳରେ ଏହି ଅଭାବନୀୟ ଘଟଣା ଘଟିଛି। ପରିବାର ପକ୍ଷରୁ ଥାନାରେ ହୋଇଥିବା ଅଭିଯୋଗ ଅନୁସାରେ ସେମାନଙ୍କ ଅନୁପସ୍ଥିତିରେ ତାଙ୍କର ଝିଅ ଦୁଷ୍କର୍ମର ଶିକାର ହୋଇଥିଲା। ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ନାବାଳିକାକୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାର ଅଧିକ ତଦନ୍ତ କରୁଛି।
କେନ୍ଦୁଝର: ୭ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
Advertisment
Follow Us