ଭୁବନେଶ୍ୱରର: ଏକ ଘରୋଇ ଶିକ୍ଷାନୁଷ୍ଠାନରେ ନର୍ସିଂ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ଅଭିଯୁକ୍ତକୁ ଗିରଫ କରିଛି ପୁଲିସ । ଅଭିଯୁକ୍ତ ଜଣକ ସେହି କଲେଜର କ୍ୟାଂଟିନ ବୟ ଲକ୍ଷ୍ମଣ ବଳ । ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ତାଙ୍କୁ ପୁଲିସ ଗିରଫ କରିଛି । ଅନ୍ୟପଟେ ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବାରୁ ତାଙ୍କୁ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।
Sambad is now on WhatsApp
Join and get latest news updates delivered to you via WhatsApp
ଛାତ୍ରୀଙ୍କ ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ, ଗତ ୩୧ ତାରିଖରେ କଲେଜ କ୍ୟାମ୍ପସ ଛାତ୍ରୀ ନିବାସର ଛାତ ଉପରେ ଜଣେ ବ୍ୟକ୍ତି ତାଙ୍କୁ ଅସଦାଚରଣ କରିଥିଲେ । ଏନେଇ ସେ ଅଭିଯୋଗ କରିଥିଲେ ସୁଦ୍ଧା କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯିବାରୁ ଛାତ୍ରୀ ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିଲେ ।