ଭୁବନେଶ୍ବର: ଓଡ଼ିଶା ପୁଲିସ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ଘଟଣାରେ କ୍ରାଇମବ୍ରାଞ୍ଚ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିକୁ ଗିରଫ କରିଛି। ଅଭିଯୁକ୍ତ ଶଙ୍କରକୁ କ୍ରାଇମବ୍ରାଞ୍ଚର ଏକ ଟିମ୍‌ ଉତ୍ତରାଖଣ୍ଡରୁ ଗିରଫ କରିଥିବା ଜଣାପଡ଼ିଛି। ଏହି ଘଟଣାର ପର୍ଦ୍ଦାଫାସ ହେଲା ପରେ ଶଙ୍କର ସିଧାସଳଖ ନେପାଳ ପଳାୟନ କରିଥିଲା। ତେବେ ପୁଲିସ ଶଙ୍କରକୁ ଖୋଜିଖୋଜି ଉତ୍ତରାଖଣ୍ଡରେ ଠାବ କରିଥିଲା। ଗିରଫ ଅଭିଯୁକ୍ତ ଶଙ୍କର ପୃଷ୍ଟିକୁ କ୍ରାଇମବ୍ରାଞ୍ଚ ଓଡ଼ିଶାକୁ ନେଇ ଆସୁଛି। ମୁଖ୍ୟ ଅଭିଯୁକ୍ତ ଠାରୁ ଆହୁରି ଅଧିକ ତଥ୍ୟ ହାସଲ କରିବ ବୋଲି ଆଶା କରାଯାଉଛି। 

Advertisment

ବ୍ୟାପକ ଦୁର୍ନୀତିର ଅଭିଯୋଗ

ବହୁ ଚର୍ଚ୍ଚିତ ପୁଲିସ ସବ୍‌ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାର ତଦନ୍ତ ଭାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ଅର୍ପଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ସମ୍ବନ୍ଧିତ ଦୁର୍ନୀତିର ଚେର ବିଭିନ୍ନ ରାଜ୍ୟକୁ ବ୍ୟାପିଛି, ଆନ୍ତ-ରାଜ୍ୟ ଅପରାଧୀ ସଂଗଠନଙ୍କ ସଂପୃକ୍ତି ଥିବାର ସନ୍ଦେହ କରାଯାଉଛି। ଏହି ଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇପାରେ। ଏହା ସହିତ ଏହି ଦୁର୍ନୀତିରେ ଆନ୍ତ-ରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି। ଏସବୁକୁ ଦୃଷ୍ଟିରେ ରଖି, ଏହି ଦୁର୍ନୀତିର ସଂପୂର୍ଣ୍ଣ ପର୍ଦ୍ଦାଫାସ୍ କରିବା ପାଇଁ ଏବଂ ଏଥିରେ ସଂପୃକ୍ତ ସମସ୍ତ ଅପରାଧୀମାନଙ୍କୁ ଆଇନ ପରିସରକୁ ଆଣି ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହାର ତଦନ୍ତ ଭାର କେନ୍ଦ୍ରୀୟ ତଦନ୍ତ ସଂସ୍ଥା ସିବିଆଇକୁ ଦେବା ପାଇଁ ନିର୍ଣ୍ଣୟ କରିଛନ୍ତି।

ଆହୁରି ପଢ଼ନ୍ତୁ: BIHAR Elections : ଏନଡିଏ ୧୬୦ଟି ଆସନ ଜିତିବ : ଅମିତ ଶାହ

ବାତିଲ ହୋଇଛି ପରୀକ୍ଷା

ସୂଚନାଯୋଗ୍ୟ, ଗତମାସ ପୁଲିସ ଚାକିରିରେ ଜାଲିଆତି ସୁରକ୍ ମିଳିଥିଲା। ପ୍ରଶ୍ନପତ୍ର ଲିକ୍ ବଡ଼ ଯୋଜନା ପଣ୍ଡ କରିଥିଲା ବ୍ରହ୍ମପୁର ପୁଲିିସ। ​​​​​​​ସେପ୍ଟେମ୍ବର ୨୯ ତାରିଖ ରାତିରେ ୧୨୦ ଜଣ ପରୀକ୍ଷାର୍ଥୀଙ୍କୁ ଆନ୍ଧ୍ରପ୍ରଦେଶରୁ ଉଠାଇ ଆଣିଥିଲା ପୁଲିସ। ତେବେ ବିଶ୍ଵସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ପରୀକ୍ଷାର୍ଥୀଙ୍କୁ ୩ଟି ବସରେ ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ ନିଆଯାଉଥିଲା। ସେଠାରେ ରଖି ପରୀକ୍ଷାର୍ଥୀଙ୍କୁ ପ୍ରଶ୍ନପତ୍ର ସହ ଉତ୍ତର କୁହାଯାଇଥାନ୍ତା। ପ୍ରଶ୍ନ ଉତ୍ତର ଅଭ୍ୟାସ ପରେ ସେମାନଙ୍କୁ ଆଣି ପରୀକ୍ଷା କେନ୍ଦ୍ରରେ ଛାଡ଼ିବାକୁ ଯୋଜନା ହୋଇଥିଲା। ଏଥିପାଇଁ ମୋଟା ଅଙ୍କର ଅର୍ଥ ପରୀକ୍ଷାର୍ଥୀଙ୍କ ଠାରୁ ନିଆଯାଇଥିବା ଚର୍ଚ୍ଚା ହେଉଛି। ହେଲେ ସେମାନେ ଠିକଣା ଜାଗାରେ ପହଞ୍ଚିବା ପୂର୍ବରୁ ପୁଲିସ ତାଙ୍କୁ ଉଠାଇ ଆଣିଥିଲା। 

ଆହୁରି ପଢ଼ନ୍ତୁ: Venkateswara Temple Stamped: ଭେଙ୍କଟେଶ୍ବର ମନ୍ଦିରରେ ଦଳାଚକଟାରେ ମୃତ ରୁପା କାହାର? ଓଡ଼ିଶା ନାଁ ଆନ୍ଧ୍ରର...