ମହିଳାଙ୍କୁ ଆକ୍ରମଣ କରି ମହିଳା ଗିରଫ

ଭୁବନେଶ୍ୱର: ମହିଳାଙ୍କୁ ଆକ୍ରମଣ ଅଭିଯୋଗରେ ନୂଆପଲ୍ଲୀ ଥାନା ପୁଲିସ ଜଣେ ମହିଳାଙ୍କୁ ଗିରଫ କରିଛି। ସେ ହେଲେ ଜଗତସିଂହପୁର ଜିଲ୍ଲା ନାଉଗାଁ ଅଞ୍ଚଳର ମମତା ମହାରଣା(୪୦)। ପୁଲିସ ସୂଚନା ମୁତାବକ, ପାରିବାରିକ କଳହକୁ ନେଇ ମମତା ଓ ପିଙ୍କି ବଳିଆରସିଂହଙ୍କ ମଧ୍ୟରେ ଶତ୍ରୁତା ଲାଗି ରହିଥିଲା। ହେଲେ ସୋମବାର ରାତିରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ସୀମା ଟପିଯାଇଥିଲା। ମମତା ରାଗି ପିଙ୍କିଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ଏ ନେଇ ପିଙ୍କି ନୂଆପଲ୍ଲୀ ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଏକ ମାମଲା ରୁଜୁ କରିି ଆଜି ମମତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।

ସମ୍ବନ୍ଧିତ ଖବର