ଖୋର୍ଦ୍ଧା ଜିଲ୍ଲାକୁ ୧୧୬୦କୋଟି ‘ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା’

ଚକ୍‌ମା ଦେଇ ପାରନ୍ତି ନବୀନ: ବାଲିକୁଦା-ଏରସମା ଆସନରେ ଲଟକିଛି ପ୍ରାର୍ଥୀ ଘୋଷଣା

Photo: Newsroom Odisha

ଭୁବନେଶ୍ବର: ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ସହିତ ଜନ ଅଭିଯୋଗ ଶୁଣାଣି ଭିତ୍ତିରେ ‘ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମ’ରେ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପାଇଁ ଅର୍ଥ ମଞ୍ଜୁର କରିଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ୫୭ଟି ପ୍ରକଳ୍ପ ପାଇଁ ୧୧୬୦.୫୦ କୋଟି ଟଙ୍କା ମଞ୍ଜୁର କରାଯାଇଥିବା ୫-ଟି ଅଧ୍ୟକ୍ଷ ଭି କାର୍ତ୍ତିକେୟନ ପାଣ୍ଡିଆନ୍ ସୂଚନା ଦେଇଛନ୍ତି। ଭୁବନେଶ୍ବର ଏକାମ୍ର ନିର୍ବାଚନ ମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୫୫୦ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ବରମୁଣ୍ଡା ବସ୍‌ ଟର୍ମିନାଲ ସହିତ ବିଜେବି କଲେଜ, ରାଜଧାନୀ କଲେଜ ଓ କମଳା ନେହରୁ କଲେଜର ରୂପାନ୍ତର ପାଇଁ ୬.୨୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଭୁବନେଶ୍ବର ଉତ୍ତର ନିର୍ବାଚନମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୨୩ କୋଟି ଟଙ୍କା ମଞ୍ଜୁର ହୋଇଛି। ଏଥିରେ ବିଜୁ ପଟ୍ଟନାୟକ କଲେଜ, ଜୟଦେବ କଲେଜ ଓ ରାଜା ମଧୁସୂଦନ ଦେବ ଡିଗ୍ରୀ କଲେଜର ଉନ୍ନତୀକରଣ ଯୋଜନା ରହିଛି। ଜୟଦେବ ନିର୍ବାଚନ ମଣ୍ଡଳୀରେ ୧୧ଟି ପ୍ରକଳ୍ପ ପାଇଁ ୧୬୮.୮୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ଶିଶୁଅନନ୍ତ ମହାବିଦ୍ୟାଳୟ, ପ୍ରତାପ ଶାସନ କଲେଜ, ବୁଦ୍ଧନାଥ ମନ୍ଦିର, କୁଆଖାଇ ଜଗନ୍ନାଥ ମନ୍ଦିର ଓ ଶିଶୁ ଅନନ୍ତ ପୀଠର ରୂପାନ୍ତର ପ୍ରଭୃତି ଗୁରୁତ୍ବପୂର୍ଣ୍ଣ ପ୍ରକଳ୍ପ ରହିଛି।

ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ୮ଟି ପ୍ରକଳ୍ପ ପାଇଁ ୩୪.୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ତା’ ସହିତ ବେଗୁନିଆ ହସ୍‌ପିଟାଲକୁ ଉପଖଣ୍ଡ ହସ୍‌ପିଟାଲ ଭାବେ ଉନ୍ନୀତ କରିବା ପାଇଁ ମଧ୍ୟ ଅନୁମୋଦନ ମିଳିଛି। ବୋଲଗଡର ପରମାନନ୍ଦ ମହାବିଦ୍ୟାଳୟର ରୂପାନ୍ତର ପାଇଁ ୨.୨୫ କୋଟି ଟଙ୍କା ଓ ବେଗୁନିଆ କଲେଜ ପାଇଁ ୧.୭୫ କୋଟି ଟଙ୍କା ମଞ୍ଜୁର ହୋଇଛି। ଖୋର୍ଦ୍ଧାରେ ୮ଟି ପ୍ରକଳ୍ପ ପାଇଁ ୪୦.୬୭ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏଥିରେ ପାଇକ ଏକାଡେମି ତଥା ଗବେଷଣା କେନ୍ଦ୍ର ପ୍ରତିଷ୍ଠା ପାଇଁ ୨ କୋଟି ଟଙ୍କା ମଞ୍ଜୁର ହୋଇଛି। ପ୍ରାଣନାଥ କଲେଜ, ନିରାକାରପୁର କ୍ଷେତ୍ରବାସୀ ଡିଏଭି କଲେଜ ଓ କାଇପଦର ଶ୍ରୀଜଗନ୍ନାଥ ମନ୍ଦିରର ରୂପାନ୍ତର ହେବା କାର୍ଯ୍ୟକ୍ରମ ରହିଛି। ଚିଲିକା ନିର୍ବାଚନ ମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୬୨.୪୩ କୋଟି ଟଙ୍କା ମଞ୍ଜୁର ହୋଇଛି। ଏଥିରେ ଶ୍ରୀ ଚଣ୍ଡେଶ୍ବର ଦେବ ମନ୍ଦିର, ଗୋଦାବରିଶ ମହାବିଦ୍ୟାଳୟ ଓ ବାଲୁଗାଁ ମହାବିଦ୍ୟାଳୟ ଆଦି ରୂପାନ୍ତର ହେବାକୁ ଯେଜାନା ରହିଛି। ଜଟଣୀ ନିର୍ବାଚନମଣ୍ଡଳୀରେ ୮ଟି ପ୍ରକଳ୍ପ ପାଇଁ ୨୮୧.୧୪ କୋଟି ଟଙ୍କା ମଂଜୁର ହୋଇଛି। ଏଥିରେ ଜଟଣୀ କଲେଜର ରୂପାନ୍ତର ଓ ବିଭିନ୍ନ ବେସରକାରୀ ଗୃହନିର୍ମାଣ ପ୍ରକଳ୍ପଗୁଡିକୁ ରାସ୍ତା ସଂଯୋଗ ପାଇଁ ଅର୍ଥ ମଞ୍ଜୁର କରାଯାଇଛି। ଏହା ସହିତ ଜଟଣୀ ଓ ଖୋର୍ଦ୍ଧାର ଖାସମାହାଲ ଜମିଗୁଡିକର ସମାଧାନ କରି ପଟ୍ଟା ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରାଯାଇଛି। ବେସରକାରୀ ଗୃହ ନିର୍ମାଣ ପ୍ରକଳ୍ପ ଗୁଡିକୁ ରାସ୍ତା ସଂଯୋଗୀକରଣ ଯୋଗୁ ଦେଢ଼ ଲକ୍ଷ ଲୋକ ଉପକୃତ ହେବେ ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe