ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌, ୧୦ ଆହତ

ବ୍ରହ୍ମପୁର: ଗଂଜାମ ଜିଲ୍ଲା ଅଗସ୍ତି ନୂଆଗାଁ ନିକଟରେ ବୁଧବାର ଅପରାହ୍ଣରେ ସଡକ ଦୁର୍ଘଟଣା ଘଟିଛି। ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଛି ଯାତ୍ରୀବାହୀ ବସ୍‌। ଫଳରେ ଜଣେ ବ୍ୟକ୍ତି ଗୁରୁତର ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି।

ସୂଚନା ଅନୁସାରେ ବ୍ରହ୍ମପୁରରୁ ଭୁବନେଶ୍ୱର ଯାଉଥିବା ବସ ‘ସିଲକ ସିଟି’ ଅଗସ୍ତି ନୂଆଗାଁ ନିକଟସ୍ଥ ଟାଟା ସୋ’ରୁମ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକକୁ ଓଭର ଟେକ କରୁଥିବା ସମୟରେ ବସ୍‌ ପଛପଟୁ ଧକ୍କା ଦେଇଛି। ଫଳରେ ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ଜଣେ ଗୁରୁତର ହୋଇଥିବା ବେଳେ ୨୦ଜଣ ଆହତ ହୋଇଛନ୍ତି। ଅନ୍ୟ ସମସ୍ତ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ସମସ୍ତ ଆହତଙ୍କ ଗଂଜାମ ପ୍ରାଥମିକ ଚିକିତ୍ସା କେନ୍ଦ୍ରରେ ଚିକିତ୍ସା ଜାରି ରହିଛି। ଗୁରୁତରଙ୍କୁ ଛତ୍ରପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ସମ୍ବନ୍ଧିତ ଖବର